ଶାଶୁକୁ ହାଣିଲା ବୋହୂ

ଉଦଳା (ବଡ଼ ଖବର ବ୍ୟୁରୋ): ବୋହୂ ସାଜିଲା ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁକୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ। ଆଉ ଏ ସବୁର ଦେଖଣାହାରି ସାଜିଥିଲା ପୁଅ। ଉଦଳା ଥାନା ଏନଏସି ୬ ନମ୍ବର ୱାର୍ଡରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗ୍ରାମର ସାବିତ୍ରୀ ଦତ୍ତ ସନ୍ଧ୍ୟା ସମୟରେ ଘର ବାହାରେ ବସିଥିବା ବେଳେ ଅଚାନକ ବୋହୂ ମାମି ଦତ୍ତ ଘର ଭିତରୁ ବାହାରି ଆସି ସାବିତ୍ରୀଙ୍କୁ ଘର ଭିତରକୁ ଘୋଷାରି ନେଇ ବେତବାଡ଼ିରେ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ଅନ୍ଧା ଦୁନିଆ ହାଣି ଚାଲିଲା।

ଶାଶୁ ସାବିତ୍ରୀଙ୍କ ମୁଣ୍ଡ ଦେହକୁ ପନିକିରେ ହାଣି ଜୀବନରୁ ମାରିଦେବାକୁ ବୋହୂ ମାମି ଉଦ୍ୟମ କରୁଥିବା ବେଳେ ସେଠାରେ ଛିଡା ହୋଇ ଏ ସବୁ ଦେଖୁଥିଲା ପୁଅ କୁଲୁ ଦତ୍ତ। ହେଲେ ସେ ଏହାକୁ ବାରଣ କରି ନ ଥିଲା। ତେବେ ଆକ୍ରମଣରେ ଗୁରୁତର ହୋଇ ସାବିତ୍ରୀ ଚିତ୍କାର କରିବାରୁ ପଡିଶା ଲୋକେ ଆସି ତାଙ୍କୁ ଉଦ୍ଧାର କରିବା ସହିତ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ଶାଶୁକୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିବା ବେଳେ ହାଣିଥିବା ବୋହୂକୁ ନିଜ ହେପାଜତକୁ ନେଇଛି। ସେପଟେ ଗୁଣି ଗାରେଡି ସନ୍ଦେହରେ ବୋହୂ ହାଣିଥିବା କହିଛନ୍ତି ସାବିତ୍ରୀ। ଅନ୍ୟପଟେ ଦେହରେ ଠାକୁରାଣୀ ଆସିଥିବାରୁ ସେ ଏପରି କରିଥିବା କହୁଛି ବୋହୂ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’