ରାଜ୍ୟରେ ଅଚାନକ ବଢ଼ିଛି ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତାତି ଅଚାନକ ବଢ଼ିଯାଇଛି । ବିଭିନ୍ନ ସ୍ଥାନରେ ପ୍ରବଳ ଗରମ ଓଗୁଳୁଗୁଳି ହେଉଛି । ଗୁରୁବାର ଦୁଇ ସହରର ତାପମାତ୍ରା ୪୦ ଡିଗ୍ରୀ ଟପିଯାଇଛି। ଅଧିକାଂଶ ସ୍ଥାନର ତାପମାତ୍ରା୩୮-୩୯ ଡିଗ୍ରୀ ପାଖାପାଖି ରହିଛି । ଆର୍ଦ୍ରତା ଅଧିକ ହେବା ଯୋଗୁ, ଗୁଳୁଗୁଳି ନାକେଦମ କରୁଛି ।  ତେବେ ବଙ୍ଗୋପସାଗରରୁ ସାମୁଦ୍ରିକ ଜଳୀୟବାଷ୍ପପୂର୍ଣ୍ଣ ବାୟୁର ପ୍ରବାହ ଓ କାଳବୈଶାଖୀ ଯୋଗୁଁ ହୋଇଥିବା ବର୍ଷା କାରଣରୁ ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ରହିଛି। ଅନ୍ୟପଟେ ଉପକୂଳରେ ଏବେ ତାପମାତ୍ରା ସ୍ବାଭାବିକଠାରୁ ୧ ଡିଗ୍ରି ପର୍ୟ୍ୟନ୍ତ ଅଧିକ ରହୁଛି।

ଫଳରେ ଗରମ ପବନ ବାୟୁମଣ୍ଡଳର ଆର୍ଦ୍ରତାକୁ ଧରିରଖୁଛି ଏବଂ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ଏଣୁ ଏହି ୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨ ଦିନ ମଧ୍ୟ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ଗୁଳୁଗୁଳି ହେବା ନେଇ ପୂର୍ବାନୁମାନ କରାଯାଇଛି । ଆଜି ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।  ଏପ୍ରିଲ୍ ଆରମ୍ଭରୁ ହିଁ ୪୦ ଡିଗ୍ରୀ ପାର କରିଲାଣି ତାପମାତ୍ରା। ଦେଶର ସବୁଠୁ ଅଧିକ ତାପମାତ୍ରା ଥିବା ୧୦ଟି ସହର ତାଲିକାରେ ଅଛି ଝାରସୁଗୁଡ଼ା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!