ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ

ଦଶରଥପୁର(ବଡ଼ ଖବର ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଭୟଙ୍କର ଗଣ୍ଡଗୋଳ । ଏହିଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅନ୍ତର୍ଗତ ଥାଲକୁଡ଼ି ପଞ୍ଚାୟତର କସବା ସଠିବାଟି ଗ୍ରାମରେ । ଆଜି ସକାଳ ସମୟରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଇଟା, ପଥର, ମରଣାସ୍ତ୍ର ଧରି ଆକ୍ରମଣ ଦେଖିବା କୁ ମିଳିଛି । ଏଥିମଧ୍ୟରୁ ୫ ରୁ ଅଧିକ ଗୁରୁତର ଭାବେ ମଙ୍ଗଳପୁର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରୁ ଜିଲ୍ଲା ମୁଖ୍ୟଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ମଙ୍ଗଳପୁର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

 ପୂର୍ବରୁ କୀର୍ତ୍ତନ, କାଳୀ ପୂଜା, ପାଲା ସମୟରେ ବିଭିନ୍ନ କଥାକୁ ନେଇ ବିବାଦ ସୃଷ୍ଟି ହୋଇଥିଲା । ବିଭିନ୍ନ ସମୟରେ ଥାନା ଏବଂ ସ୍ଥାନୀୟ ଭଦ୍ର ଲୋକଙ୍କ ଆପୋଷ ବୁଝାମଣା କରାଯାଇଥିଲେ ମଧ୍ୟ ଶାନ୍ତି ଫେରିନଥିଲା । ଆଜି ସକାଳେ ଉଭୟ ଉଭୟ ସାହିବାସୀ ପରସ୍ପର ଉପରକୁ କାଚ ବୋତଲ, ବାଡ଼ି, ଟେକା, ପଥର ଆଦି ଫୋପାଡ଼ିଥିଲେ । ଏଥିରେ ୨୦ରୁ ଅଧିକ ଲୋକେ ଗୁରୁତର ଆହତ ହୋଇଛନ୍ତି । ଉତ୍ତେଜନା ଥିବାରୁ ଘଟଣାସ୍ଥଳରେ ମଙ୍ଗଳପୁର ପୁଲିସ ମୁତୟନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ