ଆଜି ବି ପ୍ରବଳ ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି ପ୍ରବଳ ବର୍ଷିବ। ଆଜି ବି ବର୍ଷିବ । ଘଡ଼ଘଡ଼ି ବର୍ଷା ନେଇ ଉତ୍ତରରୁ ଉପକୂଳ, ଦକ୍ଷିଣ ଓଡ଼ିଶା ଯାଏଁ ଆଲର୍ଟ ଜାରି କରାଯାଇଛି ।  ଦୁଇଦିନ ପରେ ପୁଣି ଫେରିବ ତାତି ପ୍ରକୋପ । ଉପରମୁହାଁ ହେବ ପାରଦ । ୧୦ ତାରିଖବେଳକୁ ପଶ୍ଚିମ ଓଡ଼ିଶା ୪୦ ଡିଗ୍ରୀ ଡେଇଁବ । ୧୨ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଘାଣ୍ଟି ହେବ । ଏଭଳି ପୂର୍ବାନୁମାନ ଦେଖାଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ରାଜ୍ୟରେ ଗତ କିଛିଦିନ ହେବ ନିୟମିତ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ, ଘଡ଼ଘଡ଼ି ଲାଗି ରହିଛି ।

ଉପକୂଳ ତାପମାତ୍ରା ୩୫ ଡିଗ୍ରୀ ତଳେ ଓ ପଶ୍ଚିମ ଓଡ଼ିଶା ୪୦ ଡିଗ୍ରୀରୁ କମ୍ ରହିଛି ।  ଭୁବନେଶ୍ୱରରେ ଦିନ ତମାମ ପାଗ ମେଘୁଆ ଥିବାବେଳେ ଅପରାହ୍ନରେ ୧୧.୨ ମିମି ବର୍ଷା ହୋଇଛି । ଏହାବାଦ ପାରାଦୀପରେ ୨୮.୫ ମିମି, ପୁରୀରେ ୨୩ ମିମି, ନୟାଗଡ଼ରେ ୧୩ ମିମି ବର୍ଷା ହୋଇଛି । ଆସନ୍ତା ଦୁଇଦିନ ରାଜ୍ୟରେ କାଳବୈଶାଖୀ ପ୍ରକୋପ ରହିବ । ୧୧ରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି ବଢ଼ିବ । ଅନୁମାନ କରାଯାଉଛି, ୩ ଦିନ ପରେ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିଯିବ । ୧୦ ତାରିଖରେ ଉପକୂଳ ଓଡ଼ିଶାର ଭୁବନେଶ୍ୱରରେ ପାରଦ ୩୮ ଡିଗ୍ରୀ ଏବଂ ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ । ୧୧ ତାରିଖରେ ଝାରସୁଗୁଡ଼ା ୪୧ ଡିଗ୍ରୀ ଛୁଇଁଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ