Masthead

ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜିଠୁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ । ଏନେଇ ଏକ ପ୍ରସ୍ତୁତି ବୈଠକ ରବିବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପୁରୀ ଜିଲ୍ଲାପାଳଙ୍କ ସମେତ ରତ୍ନଭଣ୍ଡାର ଉଚ୍ଚସ୍ତରୀୟ କମିଟିର ଅଧ୍ୟକ୍ଷ ଓ ରତ୍ନଭଣ୍ଡାର ଗଣତିମଣତି ଟିମ୍ର ସଦସ୍ୟ ଉପସ୍ଥିତ ଥିଲେ । ଏସ୍ଓପି ଅନୁଯାୟୀ ଜିଲ୍ଲା ଟ୍ରେଜେରିରୁ ଚାବି ଅଣାଯାଇ ପୁରୀ ଜିଲ୍ଲାପାଳ ତଥା ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଭିତର ରତ୍ନଭଣ୍ଡାର ଖୋଲାଯିବ ।

ପ୍ରତ୍ୟେକ ଗଣତି ଦିନ ଏହି ଚାବି ଟ୍ରେଜେରିରୁ ଆସିବ। ରାଜ୍ୟ ସରକାରଙ୍କ ଅନୁମୋଦିତ ଏସ୍‌ଓପି ଅନୁଯାୟୀ ସମସ୍ତ କାର୍ଯ୍ୟ କରାଯିବ। ଆଜିର ବୈଠକରେ ଆଭାସୀ ଯୋଗେ ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ୱନାଥ ରଥ ଯୋଗଦେଇ ଥିଲେ। ପୁରୀ ଜିଲ୍ଲାପାଳ, ଏସ୍‌ପି, ହ୍ୟାଣ୍ଡେଲିଂ ଓ ସୁପରଭାଇଜିଂ କମିଟିର ସଦସ୍ୟ ଉପସ୍ଥିତ ଥିଲେ। ତେବେ ଗତକାଲି ଜଷ୍ଟିସ୍‌ ରଥ ବାହାର ଭଣ୍ଡାରରୁ ୩ଟି ରତ୍ନ ଆଇଟମ୍‌ ଗାଏବ ଥିବା ଗଣମାଧ୍ୟମକୁ କହିଥିଲେ।

 କିନ୍ତୁ ମୁଖ୍ୟ ପ୍ରଶାସକ ଡ. ପାଢ଼ୀ ଏହାକୁ ଗୁଜବ ବୋଲି କହିଛନ୍ତି। ଭିତର ଭଣ୍ଡାରରେ ୩୬୭ ପ୍ରକାରର ସୁନା ଅଳଙ୍କାର ଥିଲା। ଏହାର ଓଜନ ଥିଲା ୪୩୬୪ ଭରି। ଏଥିସହ ୨୩୧ ପ୍ରକାରର ରୁପା ଅଳଙ୍କାର ରହିଥିଲା। ଏହାର ଓଜନ ଥିଲା ୧୪,୮୭୮ ଭରି ୬ ଅଣା। ଯଦିଓ ଏଥର ଓଜନ ମାପ କରାଯିବ ନାହିଁ ତଥାପି ଆଇଟମ୍‌ ଅନୁସାରେ ମେଳକ କରାଯାଇ ପୁନଃ ତାଲିକା କରାଯିବ। ଗତକାଲି ବାହାର ଭଣ୍ଡାରରୁ ଯେଉଁ ରତ୍ନ ଗାଏବ ଥିଲା ବୋଲି କୁହାଯାଉଥିଲା ସେ ସବୁ ଭିତର ଭଣ୍ଡାରରେ ଅଛି ବୋଲି ସେବାୟତମାନେ କହିଥିଲେ। ଆସନ୍ତାକାଲି ଏହି ରତ୍ନ ବାବଦରେ ସ୍ପଷ୍ଟ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ 🔴 ଆଶା ଭୋସ୍‌ଲେଙ୍କ ପରଲୋକ 🔴 ଜାମ୍ମୁକାଶ୍ମୀରରେ ଭୂକମ୍ପ ଝଟକା  🔴 ବିଫଳ ହେଲା ଆଲୋଚନା, ଫେରିଗଲେ ଭାନ୍ସ 🔴 ତାତି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ 🔴 ଆଶା ଭୋସ୍‌ଲେଙ୍କ ପରଲୋକ 🔴 ଜାମ୍ମୁକାଶ୍ମୀରରେ ଭୂକମ୍ପ ଝଟକା  🔴 ବିଫଳ ହେଲା ଆଲୋଚନା, ଫେରିଗଲେ ଭାନ୍ସ 🔴 ତାତି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌