Masthead

ପଶ୍ଚିମରେ ଅସମ୍ଭାଳ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଜଳୁଛି ଓଡ଼ିଶା। ପଶ୍ଚିମରେ ଅସମ୍ଭାଳ ତାତି। ୪୦ ଡିଗ୍ରୀ ଉପରେ ୮ ସହର। ଗତକାଲି ୪୧.୭ ଡିଗ୍ରୀ ସହିତ ରାଜ୍ୟର ସବୁଠୁ ତତଲା ସହର ପାଲଟିଥିଲା ଟିଟିଲାଗଡ଼ । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୫ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଟପିପାରେ । ବୁଧବାର ଟିଟିଲାଗଡ଼ରେ ୪୪ ଡିଗ୍ରୀ ଛୁଇଁପାରେ । ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, ଭବାନୀପାଟଣା, ବରଗଡ଼, ଝାରସୁଗୁଡ଼ା ଭଳି ଜିଲ୍ଲାରେ ନିଆଁ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି । ବୁଧବାର ଉପକୂଳ ଓଡ଼ିଶାରେ ବି ପ୍ରବଳ ଗରମ ଓ ଗୁଳୁଗୁଳି ରହିବ ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଏହି ସ୍ଥିତି ରହିବ । ୧୬ ତାରିଖରେ ତାତି ଆହୁରି ଭୟାନକ ଆଡ଼କୁ ଯାଇପାରେ । ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ୪୫ ଡିଗ୍ରୀ ଟପିପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଅନେକ ସ୍ଥାନରେ ପ୍ରଚଣ୍ଡ ଖରା ଓ ତାତି ଅନୁଭୂତ ହୋଇପାରେ । ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁରରେ ଗ୍ରୀଷ୍ମପ୍ରବାହ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୭ ଓ ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଗ୍ରୀଷ୍ମପ୍ରବାହ ବହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଆଜିର ମ୍ୟାଚ୍ ରୋହିତଙ୍କୁ କମ୍ ବ୍ୟାକ କରିପାରେ 🔴 ଅଣ୍ଡା ଦର ଏବେ ଆକାଶ ଛୁଆଁ 🔴 ମସ୍କୋ ଉପରେ ୩୭୦ ଡ୍ରୋନ ମାଡ଼ 🔴 ଆଜିଠାରୁ ଗୁଣ୍ଡିଚା ମନ୍ଦିରରେ ମିଳିବ ଆଡ଼ପ ଅବଢ଼ା 🔴 ୭ ଜିଲ୍ଲାରେ ଭାରି ବର୍ଷା !  🔴 ଆୟୁଷମାନ କାର୍ଡରେ କ୍ୟାନସର ରୋଗୀଙ୍କୁ ମିଳିବ ସୁବିଧା 🔴 ସିଏମଓରୁ ଫାଇଲ ଗାଏବ; କାହିଁକି ସିବିଆଇ-କ୍ରାଇମବ୍ରାଞ୍ଚ ନୁହେଁ, ପାରିବ ତ ପୋଲିସ? 🔴 ୪ ଅନ୍ତେବାସୀଙ୍କୁ ନିର୍ଘାତ ମାଡ଼, ଥାନାରେ ଅଭିଯୋଗ 🔴 ହସ୍ପିଟାଲରେ ସୋନମ୍ ୱାଙ୍ଗଚୁକ୍ , ଉଠାଇ ନେଲା ପୋଲିସ୍ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଆଜିର ମ୍ୟାଚ୍ ରୋହିତଙ୍କୁ କମ୍ ବ୍ୟାକ କରିପାରେ 🔴 ଅଣ୍ଡା ଦର ଏବେ ଆକାଶ ଛୁଆଁ 🔴 ମସ୍କୋ ଉପରେ ୩୭୦ ଡ୍ରୋନ ମାଡ଼ 🔴 ଆଜିଠାରୁ ଗୁଣ୍ଡିଚା ମନ୍ଦିରରେ ମିଳିବ ଆଡ଼ପ ଅବଢ଼ା 🔴 ୭ ଜିଲ୍ଲାରେ ଭାରି ବର୍ଷା !  🔴 ଆୟୁଷମାନ କାର୍ଡରେ କ୍ୟାନସର ରୋଗୀଙ୍କୁ ମିଳିବ ସୁବିଧା 🔴 ସିଏମଓରୁ ଫାଇଲ ଗାଏବ; କାହିଁକି ସିବିଆଇ-କ୍ରାଇମବ୍ରାଞ୍ଚ ନୁହେଁ, ପାରିବ ତ ପୋଲିସ? 🔴 ୪ ଅନ୍ତେବାସୀଙ୍କୁ ନିର୍ଘାତ ମାଡ଼, ଥାନାରେ ଅଭିଯୋଗ 🔴 ହସ୍ପିଟାଲରେ ସୋନମ୍ ୱାଙ୍ଗଚୁକ୍ , ଉଠାଇ ନେଲା ପୋଲିସ୍