Masthead

ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ

ବାଲେଶ୍ଵର (ବଡ଼ ଖବର ବ୍ୟୁରୋ): ବରଯାତ୍ରୀ ଗାଡ଼ି ଦୁର୍ଘଟଣା । ଜଣେ ମୃତ, ୧୪ରୁ ଅଧିକ ଆହତ । ବାଲେଶ୍ଵର ସିମୁଳିଆ ଥାନା ୧୬ନମ୍ବର ଜାତୀୟ ରାଜପଥ ମାଟିଆପଡ଼ା ନିକଟରେ ଦୁର୍ଘଟଣା । ୧୪ଜଣ ଗୁରୁତର ଆହତ ହୋଇଥିବା ବେଳେ ଜଣେ ମୃତ୍ୟୁବରଣ କରିଛନ୍ତି । ସୂଚନା ଅନୁଯାୟୀ  ଭୁବନେଶ୍ୱର ଡୁମଡୁମା ଅଞ୍ଚଳରୁ କିଛି ଲୋକ କୋଲକାତାକୁ ଏକ ବିବାହ କାର୍ଯ୍ୟରେ ଯୋଗ ଦେବା ପାଇଁ ଯାଉଥିଲେ ।

ସେଠାରୁ ଡୁମଡୁମାକୁ ଏକ ଟ୍ରାଭେଲର ଯୋଗେ ଫେରୁଥିବା ସମୟରେ ବଡ଼ ଧରଣର ଦୁର୍ଘଟଣା ଘଟିଛି । ଏଥିରେ ଜଣେ ମୃତ୍ୟୁବରଣ କରିଥିବାବେଳେ ଛୋଟ ପିଲାଙ୍କ ସମେତ ୧୪ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି । ସମସ୍ତଙ୍କୁ ଭଦ୍ରକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ସିମୁଳିଆ ପୁଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ