Masthead

୫ ଦିନ ଜଳିବ ପଶ୍ଚିମ ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା । କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ । ତତଲା ପବନର ଜ୍ୱାଳା ଅଣନିଶ୍ୱାସୀ କରିବ । ଝାରସୁଗୁଡ଼ାରୁ ବଲାଙ୍ଗୀର ଯାଏ ସମସ୍ତ ଜିଲ୍ଲାରେ ପ୍ରବଳ ତାତି ଅନୁଭୂତ ହେବ । ଗରମ ପବନ(ଲୁ) ପ୍ରବାହିତ ହେବାର ଆଶଙ୍କା ଅଛି ।  ଟିଟିଲାଗଡ଼, ବଲାଙ୍ଗୀର ଓ ଝାରସୁଗୁଡ଼ାରେ ତାତି ୪୫ ଡିଗ୍ରୀ ଛୁଇଁପାରେ ବୋଲି ପାଣିପାଗ ଆକଳନ କରିଛି । ପଶ୍ଚିମ ଓଡ଼ିଶାର ଅନ୍ୟ ସ୍ଥାନରେ ତାତି ୪୨ଡିଗ୍ରୀ ପାଖାପାଖି ରହିବ ।

୨୪ ତାରିଖ ଯାଏ ଏଭଳି ସ୍ଥିତି ରହିବ । ଅଧିକାଂଶ ସ୍ଥାନରେ ପ୍ରଚଣ୍ଡ ତାତି ଅନୁଭୂତ ହେବ । ତେବେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ତାତି କମ୍ ରହିବ। ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡ଼ା ଏବଂ ଗଞ୍ଜାମ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ । ଏହି ସବୁ ଜିଲ୍ଲାରେ ତାପମାତ୍ରା ୩୬ ଡିଗ୍ରୀରୁ ୩୯ ଡିଗ୍ରୀ ଭିତରେ ରହିଲେ ମଧ୍ୟ କାଳବୈଶାଖୀ ଯୋଗୁ ବର୍ଷା ହୋଇପାରେ । ମଙ୍ଗଳବାର ବଜ୍ରପାତ ସହ ହାଲୁକା ବର୍ଷା ଆଶଙ୍କା ଅଛି । ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ମଧ୍ୟ ବହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା