ଟ୍ରାକ୍ଟରକୁ ଓଭରଟେକ୍ କରିବା ହେଲା କାଳ

ବାଲିଗୁଡା (ବଡ଼ ଖବର ବ୍ୟୁରୋ): ଟ୍ରାକ୍ଟରକୁ ଓଭରଟେକ୍ କରିବା ହେଲା କାଳ । ଜଣେ ମୃତ ଦୁଇ ଗୁରୁତର। ମୃତକ ହେଲେ ଦିଲ୍ଲୀପ ମଲ୍ଲିକ। ଦିଲ୍ଲିପ ଓ ତାଙ୍କ ଭଉଣୀ ମମତା ମଲ୍ଲିକ, ପତ୍ନୀ ମମତା କହଁର ନିଜ ଘର କୁଡୁକେଲିକିଆ ଠାରୁ ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସୁଥିବା ସମୟରେ ଜୁନାଗାଁ ଠାରେ ଟ୍ରାକ୍ଟରକୁ ଓଭରଟେକ୍ କରିବା ସମୟରେ ଟ୍ରାକ୍ଟର ସହ ଧକ୍କା ହୋଇଥିଲା । ଫଳରେ ବାଇକ ଚାଳକ ଦିଲୀପ ମଲ୍ଲିକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା ।

ତାଙ୍କ ଭଉଣୀ ଓ ପତ୍ନୀ ଗୁରୁତର ଅବସ୍ଥାରେ ପଡ଼ିଥିଲେ। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ଦ୍ୱାରା ଏକ ଅଟୋ ଯୋଗେ ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। ଡକ୍ଟର ଗୁରୁତରଙ୍କୁ ପ୍ରାଥମିକ ଚିକିତ୍ସା ପରେ ଜଣଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିଲେ। ମୃତ ଦିଲ୍ଲୀପଙ୍କୁ ଶବ ବ୍ୟବଚ୍ଛେଦ ନିମନ୍ତେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା।ବାଲିଗୁଡ଼ା ପୋଲିସ ପହଞ୍ଚି ଟ୍ରାକ୍ଟରକୁ ଜବତ କରିବା ସହିତ ଅଧିକ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!