Masthead

ଜନଗଣନା କର୍ମୀଙ୍କ ସୁରକ୍ଷା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ। ତାତି ଓ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା। ରାଜ୍ୟରେ ଚାଲିଥିବା ପ୍ରଥମ ପର୍ଯ୍ୟାୟ ଜନଗଣନା (ହାଉସଲିଷ୍ଟିଂ ଓ ହାଉସିଂ ସେନ୍ସସ୍‌) କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କ ସୁରକ୍ଷାକୁ ନେଇ ରାଜ୍ୟ ସରକାର ଗମ୍ଭୀର ହୋଇଛନ୍ତି। ଗତ କିଛି ଦିନ ମଧ୍ୟରେ କାର୍ଯ୍ୟରତ ଗଣନାକାରୀଙ୍କ ସମ୍ପର୍କରେ ଆସିଥିବା ଅତ୍ୟନ୍ତ ଦୁଃଖଦ ଖବର ପରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଜରୁରୀ ନିର୍ଦ୍ଦେଶନାମା ଜାରି କରାଯାଇଛି।

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅରବିନ୍ଦ ପାଢ଼ୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିବାକୁ କହିଛନ୍ତି। ବିଶେଷ ଭାବେ ଗ୍ରୀଷ୍ମ ପ୍ରବାହ ବା ତାତିଜନିତ ସମସ୍ୟାକୁ ମୁକାବିଲା କରିବା, କାର୍ଯ୍ୟ ସମୟରେ ରହିଥିବା ବିପଦଗୁଡ଼ିକୁ ଚିହ୍ନଟ କରିବା ଏବଂ ଗଣନାକାରୀଙ୍କୁ ନିୟମିତ ଭାବେ ଟ୍ରାକ୍ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଏହାଛଡ଼ା, କାର୍ଯ୍ୟରେ ନିୟୋଜିତ ସମସ୍ତ ଗଣନାକାରୀଙ୍କୁ ସେମାନଙ୍କ ସୁରକ୍ଷା ସମ୍ପର୍କରେ ସଚେତନ କରାଇବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି। ଯାହାଫଳରେ ନିର୍ଘଣ୍ଟ ସମୟ ମଧ୍ୟରେ ସୁରୁଖୁରୁରେ ଓ ନିର୍ଭୁଲ ଭାବେ ତଥ୍ୟ ସଂଗ୍ରହ କାର୍ଯ୍ୟ ଶେଷ କରାଯାଇପାରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି