Masthead

ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍

ପଶ୍ଚିମବଙ୍ଗ/ତାମିଲନାଡୁ(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ବିଧାନସଭାର ୧୫୨ ଆସନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ ହୋଇଛି। ୧୬ ଜିଲାରେ ହେବାକୁ ଥିବା ଏହି ମତଦାନ ୪୪,୩୭୬ଟି ବୁଥ୍‌ରେ ଅନୁଷ୍ଠିତ ହେଉଛି। ଶାନ୍ତିପୂର୍ଣ୍ଣ ମତଦାନ ଲାଗି ନିର୍ବାଚନ କମିଶନଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମୋଟ ୪୦୭ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ ନିୟୋଜିତ ହୋଇଛନ୍ତି। ସବୁ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂ କରାଯିବ।

ଏହି ପର୍ଯ୍ୟାୟରେ ୩.୬୦ କୋଟି ଯୋଗ୍ୟ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ସେଥିରୁ ୧.୮୪ କୋଟି ପୁରୁଷ, ୧.୭୫ କୋଟି ମହିଳା ଏବଂ ୪୬୫ ଜଣ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି। ମାଲଦା, ମୁର୍ଶିଦାବାଦ, ଉତ୍ତର ଦିନାଜପୁର, କୁଚ୍‌ବିହର, ବୀରଭୂମ ଓ ବର୍ଦ୍ଧମାନ ଭଳି କେତେକ ଜିଲା ଆଂଶିକ ସମ୍ବେଦନଶୀଳ ହୋଇଥିବାବେଳେ ସେଠାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଶୁଭେନ୍ଦୁ ଅଧିକାରୀ, ନିଶିଥ ପ୍ରାମାଣିକ, ଉଦୟନ ଗୁହା,  ଗୌତମ ଦେବ ଏବଂ ଅଧୀର ରଞ୍ଜନ ଚୌଧୁରୀ  ପ୍ରମୁଖ ରହିଛନ୍ତି।

ସେହିପରି ତାମିଲନାଡ଼ୁରେ ସମସ୍ତ ୨୩୪ ଆସନ ପାଇଁ ଭୋଟିଂ ଜାରି ରହିଛି। ୫.୭୩ କୋଟି ଭୋଟର ୪ ହଜାର ୨୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। DMK-AIADMK ଫାଇଟ୍ ମଧ୍ୟରେ ବିଜୟଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ଶାନ୍ତିପୂର୍ଣ୍ଣ ଏବଂ ନିଷ୍ପକ୍ଷ ମତଦାନ ସୁନିଶ୍ଚିତ କରିବାକୁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

​​​​​​​ତାମିଲନାଡୁ ନିର୍ବାଚନ ଆରମ୍ଭ ହେବା ମାତ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଭୋଟ ଦେବାକୁ ନିବେଦନ କରିଛନ୍ତି। ଟ୍ୱିଟରରେ ପୋଷ୍ଟ କରି ମୋଦି ଲେଖିଛନ୍ତି ଯେ, ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ମତଦାନ ଚାଲିଥିବାରୁ, ମୁଁ ସମସ୍ତ ଭୋଟରଙ୍କୁ ଗଣତନ୍ତ୍ରର ଏହି ପବିତ୍ର ପର୍ବରେ ଉତ୍ସାହର ସହିତ ଅଂଶଗ୍ରହଣ କରିବାକୁ ଆହ୍ୱାନ କରୁଛି। ବିଶେଷକରି ତାମିଲନାଡୁର ଯୁବପିଢ଼ି ଏବଂ ମହିଳାମାନଙ୍କୁ ବହୁ ସଂଖ୍ୟାରେ ଭୋଟ ଦେବାକୁ ଅନୁରୋଧ କରୁଛି।

ସେହିପରି ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ମୋଦି ଲେଖିଛନ୍ତି ଯେ, “ପଶ୍ଚିମ ବଙ୍ଗ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଆଜି ଅନୁଷ୍ଠିତ ହେଉଛି। ମୁଁ ସମସ୍ତ ନାଗରିକଙ୍କୁ ଉତ୍ସାହର ସହିତ ଗଣତନ୍ତ୍ରର ଏହି ଉତ୍ସବରେ ଅଂଶଗ୍ରହଣ କରିବାକୁ ଅନୁରୋଧ କରୁଛି। ବିଶେଷକରି ମୋର ଯୁବ ବନ୍ଧୁ ଏବଂ ପଶ୍ଚିମବଙ୍ଗର ମହିଳାମାନଙ୍କୁ ବହୁ ସଂଖ୍ୟାରେ ଭୋଟ ଦେବାକୁ ନିବେଦନ କରୁଛି।” ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଯାଏ ଚାଲିବ। ନିର୍ବାଚନକୁ ସ୍ୱଚ୍ଛ, ନିରପେକ୍ଷ ଏବଂ ଶାନ୍ତିପୂର୍ଣ୍ଣ କରିବା ଲାଗି ନିର୍ବାଚନ କମିଶନ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛନ୍ତି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ଜନଗଣନା କର୍ମୀଙ୍କ ସୁରକ୍ଷା ପାଇଁ ନିର୍ଦ୍ଦେଶ 🔴 ଟ୍ରମ୍ପ ବଢ଼ାଇଲେ ସିଜ୍‌ଫାୟାର 🔴 ଖରା ନେଇ ୧୧ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ 🔴 ପହଲଗାମ୍ ଆତଙ୍କୀ ହମଲାକୁ ବର୍ଷେ 🔴 ଟ୍ରାକ୍ଟରକୁ ଓଭରଟେକ୍ କରିବା ହେଲା କାଳ 🔴 ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ଜନଗଣନା କର୍ମୀଙ୍କ ସୁରକ୍ଷା ପାଇଁ ନିର୍ଦ୍ଦେଶ 🔴 ଟ୍ରମ୍ପ ବଢ଼ାଇଲେ ସିଜ୍‌ଫାୟାର 🔴 ଖରା ନେଇ ୧୧ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ 🔴 ପହଲଗାମ୍ ଆତଙ୍କୀ ହମଲାକୁ ବର୍ଷେ 🔴 ଟ୍ରାକ୍ଟରକୁ ଓଭରଟେକ୍ କରିବା ହେଲା କାଳ 🔴 ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି