Masthead

ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ଅପହରଣ ପରେ ପ୍ଲଟ୍ ବ୍ୟବସାୟୀ ସୁଧୀର କୁମାର ପାତ୍ର ହତ୍ୟା ଘଟଣା ବଡ଼ ଖୁଲାସା। ଦାଦାର ସୁପାରୀ ଦେଇଥିଲେ ପୁତୁରା ଓ ଝିଆରୀ । ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଅପହରଣ ପରେ ହତ୍ୟା ସନ୍ଦେହ। ପୁତୁରା ଓ ଝିଆରୀ ମିଶି ସହ ସୁପାରୀ କିଲରଙ୍କ ଜରିଆରେ ଏଭଳି କାଣ୍ଡ ଘଟାଇଛନ୍ତି ବୋଲି ଚର୍ଚ୍ଚା ହେଉଛି । ଏହି ଘଟଣା ଗୋପାଳପୁର ପୁଲିସ ପୁତୁରା ଓ ଝିଆରୀଙ୍କ ସମେତ ୮ ଅଭିଯୁକ୍ତ ଅଟକ ଜେରା କରୁଛି। ପ୍ରକୃତ ଘଟଣା ଉପରେ ପରଦା ହଟାଇବାକୁ ତଦନ୍ତ ଚଲାଇଛି ପୁଲିସ।

ଗିରଫଙ୍କ ମଧ୍ୟରେ ସୁଧିରଙ୍କ ନିଜ ପୁତୁରା ଓ ଝିଆରୀ ରହିଛନ୍ତି । ଅଭିଯୁକ୍ତମାନେ ହେଲେ ସତ୍ୟନାରାୟଣପୁର ଗ୍ରାମର ତୁଷାର କୁମାର ପାତ୍ର, ତାଙ୍କ ଭଉଣୀ ନିବେଦିତା ପାତ୍ର, ନିବେଦିତାଙ୍କ ପୁରୁଷ ବନ୍ଧୁ ଗାଙ୍ଗପୁର ଥାନା କାଳିଆଗୁଡ଼ ଅଞ୍ଚଳର କାଳୁ ଚରଣ ପ୍ରଧାନ, ଆଶିଷ ମହାପାତ୍ର, ଗୋଳାବନ୍ଧର ନାରାୟଣ ପ୍ରଧାନ, ହିଞ୍ଜିଳି ଥାନା ଅଞ୍ଚଳର ଶୁଭମ ନାୟକ, ଶୁଭମ ଗୌଡ଼, ସୂର୍ଯ୍ୟ ପ୍ରତାପ ସିଂ ଓ ଜିତୁନ ପଳେଇ। ଏହି ମାମଲାରେ ଏକାଧିକ ଅଭିଯୁକ୍ତ ଫେରାର୍‌ ରହିଥିବା ଦକ୍ଷିଣାଞ୍ଚଳ ଆଇଜି ନୀତି ଶେଖର ଏକ ଖବରଦାତା ସମ୍ମିଳନୀରର ସୂଚନା ଦେଇଛନ୍ତି। ଅଧିକ ତଥ୍ୟ ସଂଗ୍ରହ ପାଇଁ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ ବୋଲି ସେ କହିଛନ୍ତି। ଏଥିରେ ସମ୍ପୃକ୍ତ ଅନ୍ୟ ଅପରାଧିମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ