Masthead

ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବଲାଙ୍ଗିର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଇ-ପଞ୍ଚାୟତ ସଭା ପୋର୍ଟାଲ ଏବଂ ଇଣ୍ଟରନାଲ ଅଡିଟ ପୋର୍ଟାଲର ଲୋକାର୍ପଣ କରିବେ । ଏହାସହିତ ଅନ୍ତ୍ୟୋଦୟ ଗୃହ ଯୋଜନାର ହିତଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିବେ । ପୁଣି ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରାଯିବ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ସ୍ୱାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟାଣ ନାଏକ, ସାଂସଦ ସଙ୍ଗୀତା କୁମାରୀ ସିଂଦେଓଙ୍କ ସମେତ ପଞ୍ଚାୟତିରାଜ ତଥା ପାନୀୟଜଳ ବିଭାଗର ସଚିବ ଗିରିଶ ଏସଏନ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀ ମନୋହରପୁରସ୍ଥିତ ପୁଲିସ ପଡିଆରେ ବିମାନରୁ ଓହ୍ଲାଇ ସର୍କିଟ ହାଉସ ଯିବେ। ପୁଣି ସେଠାରୁ ବାହାରି ଗାନ୍ଧି ଷ୍ଟାଡ଼ିଅମଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ କାର୍ଯ୍ୟକ୍ରମରେ ଯୋଗଦେବେ । ଏଥିରେ ପଞ୍ଚାୟତିରାଜ ବିଭାଗ ଅନ୍ତର୍ଗତ ମନରେଗା ଏବଂ ଗ୍ରାମୀଣ ଆବାସ ଯୋଜନାରେ ଭଲ ପ୍ରଦର୍ଶନ କରିଥିବା ଜିଲ୍ଲା ପରିଷଦ, ପଞ୍ଚାୟତ ସମିତି ଏବଂ ଗ୍ରାମ ପଞ୍ଚାୟତର କର୍ମକର୍ତ୍ତାଙ୍କୁ ପୁରସ୍କୃତ କରିବେ । ତେବେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସଂଧ୍ୟାରେ କାର୍ଯ୍ୟକ୍ରମ ରଖାଯାଇଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଭିନ୍ନ ଥାନାରେ ନେତା ଅଟକ । ପାଟଣାଗଡ଼ ଥାନାରେ ଜିଲ୍ଲା କଂଗ୍ରେସ ସଭାପତି ଅନିଲ ମେହେର ଅଟକ ରହିଛନ୍ତି । ପୁଇଁତଲା ଥାନାରେ ମିଳିତ କୃଷକ ମଞ୍ଚର ଆବାହକ ଆକାଶ ମିଶ୍ର ଅଟକ ରହିଥିବାବେଳେ ଲରମ୍ଭା ଥାନାରେ କୋଶଲ ମୁକ୍ତି ମୋର୍ଚ୍ଚାର ଆବାହକ ସୁଶୀଲ ଗୁରୁ ଅଟକ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ