Masthead

ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୬ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ ଅପରାହ୍ନରେ ଝଡ଼ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୨ ଜିଲାକୁ କାଳବୈଶାଖୀ ଝଡ଼ବର୍ଷା ଭୟ ଥିବାବେଳେ ୧୬ ଜିଲାକୁ ଗରମ ଓ ଗୁଳୁଗୁଳି ପାଇଁ ୱାର୍ଣ୍ଣିଂ ଦିଆଯାଇଛି।

୫ ଜିଲା କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଗଞ୍ଜାମ ଓ ଗଜପତି କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂରହିଛି। ଏହିସବୁ ଜିଲାରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ସୁନ୍ଦରଗଡ଼ ଆଦି ଜିଲାକୁ ୟେଲୋ ୱାର୍ଣ୍ଣିଂ ରହିଛି।

ପାରଦ ବୁଧବାର ୪୨.୪ ଡିଗ୍ରୀକୁ ଖସି ଆସିଥିଲା । ସବୁଠାରୁ ଉତ୍ତପ୍ତ ଥିଲା ବଲାଙ୍ଗୀର ସହର । ଏଠାରେ ତାପମାତ୍ରା ୪୩. ୨ ଡିଗ୍ରୀ ରେକର୍ଡ ହୋଇଥିଲା । ସେହିପରି ଟିଟିଲାଗଡ଼ ୪୨. ୫, ବୌଦ୍ଧ ୪୨. ୬, ସୋନପୁର ୪୨. ୨, ତାଳଚେର, ଅନୁଗୁଳ ୪୨. ୫, ସୁନ୍ଦରଗଡ଼, ନୂଆପଡ଼ା ୪୨ ଡିଗ୍ରୀ ତାପମାତ୍ରାରେ ସିଝିଥିଲା । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇପାରେ । ଗୁରୁବାର ଉପକୂଳ ସହ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା