Masthead

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଅପରାହ୍ନ ୪ଟା ଉନ୍ମୋଚିତ ହେବ ପରୀକ୍ଷା ଫଳ ପୁସ୍ତିକା। ସନ୍ଧ୍ୟା ୬ଟା ପରେ ୱେବସାଇଟରେ ଉପଲବ୍ଧ ହେବ ରେଜଲ୍ଟ । www.bseodisha.ac.in ଓ bseodisha.nic.inରେ ଦେଖିପାରିବେ । SMS ମାଧ୍ୟମରେ ରେଜଲ୍ଟ ଜାଣିପାରିବେ ଛାତ୍ରଛାତ୍ରୀ। ଏଥର ପ୍ରଥମ ଥର ଓଡ଼ିଆରେ ଲିଖିତ ମାଟ୍ରିକ୍ ସାର୍ଟିଫିକେଟ୍ ଓ ମାର୍କ ସିଟ୍ ପାଇବେ ଛାତ୍ରଛାତ୍ରୀ। ଗତ ବର୍ଷ ମେ ମାସ ୨ ତାରିଖରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇଥିଲା ଏବଂ ପାସ ହାର ଥିଲା ୯୬. ୦୭ ପ୍ରତିଶତ। ଗତଥର ୨, ୬୪୪ଟି ସ୍କୁଲ ଶତ ପ୍ରତିଶତ ରେଜଲ୍ଟ କରିଥିଲେ ଏବଂ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କର ପାସ ହାର ଥିଲା ଅଧିକ। ସେହିଭଳି ଗତ ବର୍ଷ ଖୋର୍ଦ୍ଧା ଜିଲ୍ଲାରେ ପାସ ହାର ସର୍ବାଧିକ ଥିଲା ଏବଂ ତାଲିକାର ସବା ତଳେ ଥିଲା ନୂଆପଡ଼ା ଜିଲ୍ଲା ।

କିନ୍ତୁ ଶିକ୍ଷାବିତମାନଙ୍କ ମତରେ ଚଳିତ ବର୍ଷର ମାଟ୍ରିକ ପରୀକ୍ଷାରେ ପ୍ରଶ୍ନ ସରଳ ଥିଲା, ତେଣୁ ରେଜଲ୍ଟ ଭଲ ହେବ ବୋଲି ଆଶା କରାଯାଉଛି। ତେବେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ନେଇ ଆସିଛି ବଡ଼ ଖବର । ଏଣିକି ଓଡ଼ିଆରେ ମିଳିବ ମାଟ୍ରିକ ସାର୍ଟିଫିକେଟ । ଚଳିତ ବର୍ଷ ପ୍ରଥମ କରି ଏହି ବ୍ୟବସ୍ଥା ଆରମ୍ଭ ହୋଇଥିବା ବେଳେ, ଓଡ଼ିଆ ସହ ଇଂରାଜୀ ଲେଖା ମଧ୍ୟ ପୂର୍ବ ଭଳି ରହିବ। ଅର୍ଥାତ ଉଭୟ ଓଡ଼ିଆ ଏବଂ ଇଂରାଜୀରେ ମିଳିବ ମାଟ୍ରିକ ସାର୍ଟିଫିକେଟ ଓ ମାର୍କସିଟ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ