Masthead

ପୁଣି ଡରାଇଲାଣି ବାତ୍ୟା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ଜିଏଫଏସ୍ ପରେ ଇସିଏମଡବ୍ଲ୍ୟୁଏଫ୍ ମଧ୍ୟ ଲଘୁଚାପ ନେଇ ପୂର୍ବାନୁମାନ ଦେଖାଇଛି । ହେଲେ ବାତ୍ୟା ସମ୍ଭାବନାକୁ ନେଇ ବିଭିନ୍ନ ମଡେଲରେ ଦ୍ୱନ୍ଦ୍ୱ ରହିଛି । ଆରମ୍ଭରୁ ଏଯାଏ ଜିଏଫଏସ୍ ମଡେଲ୍ ବାତ୍ୟା ସମ୍ଭାବନା ଥିବା ଆକଳନ କରିଛି । ଏପରିକି ଏହା ଓଡ଼ିଶା ମୁହାଁ ହେବା ନେଇ ସମ୍ଭାବ୍ୟ ଚିତ୍ର ଦେଖାଇଛି । ହେଲେ ଅନ୍ୟ କୌଣସି ମଡେଲ୍ ଏଯାଏ ବାତ୍ୟା ନେଇ କୌଣସି ପୂର୍ବାନୁମାନ ଦେଖାଇ ନାହାନ୍ତି । ଜିଏଫଏସ ମଡେଲ ଅନୁଯାୟୀ ୧୦ମେ ବେଳକୁ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ପରେ ଏହା ଅଧିକ ଘନୀଭୂତ ହେଇ ଓଡିଶା-ପଶ୍ଚିମବଙ୍ଗ ମୁହାଁ ହେବ । ୧୬ମେ ବେଳକୁ  ଏହା ଉପକୂଳ ଛୁଇଁବା ସମ୍ଭାବନା ରହିଛି । ୧୧ରୁ ୧୩ ତାରିଖ ଭିତରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସାଗର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ହେବ। ୧୪-୧୫ ତାରିଖବେଳକୁ ଏହା ଲଘୁଚାପ ରୂପ ନେଇପାରେ । ଜିଏଫଏସ୍ ମଡେଲ୍ ଏକ ଶକ୍ତିଶାଳୀ ବାତ୍ୟା ନେଇ ସମ୍ଭାବ୍ୟ ଚିତ୍ର ଦେଖାଉଛି । କିନ୍ତୁ, ଇସିଏମଡବ୍ଲ୍ୟୁଏଫ ଏହାକୁ କେବଳ ଏକ ବର୍ଷା ପ୍ରଦାନକାରୀ ଲଘୁଚାପ ଭାବେ ଆକଳନ କରୁଛି ।

ଅପରପକ୍ଷେ ରାଜ୍ୟରେ ବର୍ତ୍ତମାନ କୌଣସି ପାଣିପାଗ ନିୟାମକ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି। ବର୍ତ୍ତମାନ ଓଡ଼ିଶାରେ ତାପମାତ୍ରା ହ୍ରାସ ପାଇବା ସହ କାଳବୈଶାଖୀ ପ୍ରଭାବ ଜାରି ରହିଛି। ଫଳରେ ସାରା ରାଜ୍ୟରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଥିବାବେଳେ କିଛି ଜିଲାରେ ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି। ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ। ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିସହ ଏହିସବୁ ଅଞ୍ଚଳରେ ଘଡ଼ଘଡ଼ି ବିଜୁଳି ସହ ଘଣ୍ଟାପ୍ରତି ୩୦ ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ୟେଲୋ ଓ୍ୱାର୍ନିଂ ଜାରି କରାଯାଇଛି।
ବୁଧବାର ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଥିଲା। ମାଲକାନଗିରି ଜିଲାରେ ସର୍ୱାଧିକ ୩୯.୬ ଡିଗ୍ରୀ ଛୁଇଁଥିବାବେଳେ ଫୁଲବାଣୀ ୩୮.୫, ଚାନ୍ଦବାଲି ୩୬.୨, ଭୁବନେଶ୍ୱର ଓ ଅନୁଗୋଳ ୩୬.୧ ଡିଗ୍ରୀ, ନୂଆପଡ଼ା, ଖୋର୍ଦ୍ଧା ଓ ତାଳଚେର ୩୬, ନୟାଗଡ଼ ୩୫.୮, ଜଗତ୍‌ସିଂହପୁର ଓ ପାରଳାଖେମୁଣ୍ଡି ୩୫.୬, ଭଦ୍ରକ ୩୫.୫, ଝାରସୁଗୁଡା ଓ ଜଗତ୍‌ସିଂହପୁରରେ ୩୫.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ