Masthead

ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ । ବେଙ୍ଗଲର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ -ଶପଥ ଗ୍ରହଣ ଉତ୍ସବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ମୋଦି । ଉପସ୍ଥିତ ଅଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ଓ NDA ଶାସିତ ରାଜ୍ୟର ସବୁ ମୁଖ୍ୟମନ୍ତ୍ରୀ। ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ଅଛନ୍ତି।

ମମତା ବାନାର୍ଜୀଙ୍କ ଗଡ଼ କୁହାଯାଉଥିବା ଭବାନୀପୁର ଆସନରୁ ବିଜୟୀ ହୋଇ ଶୁଭେନ୍ଦୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି। ରାଜ୍ୟ ରାଜନୀତିରେ ତାଙ୍କର ଦୀର୍ଘ ଦିନର ଅଭିଜ୍ଞତା ଏବଂ ସାଙ୍ଗଠନିକ ଦକ୍ଷତା ପାଇଁ ଦଳ ତାଙ୍କ ଉପରେ ଭରସା ପ୍ରକଟ କରିଛି। ଗତକାଲି ପଶ୍ଚିମବଙ୍ଗରେ ବିଜେପିର ବିପୁଳ ବିଜୟ ପରେ ଶୁଭେନ୍ଦୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଥିଲା। ବିଧାୟକ ଦଳ ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଏହି ନିଷ୍ପତ୍ତି ନିଆଯାଇଥିଲା। ଏଥିସହିତ ରାଜ୍ୟରେ ଦୁଇଜଣ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଅଗ୍ନିମିତ୍ରା ପାଲ୍ ଏବଂ ନିସିଥ ପରମାଣିକଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ