Masthead

ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ । ୪ ଜଣ ପୋଲିସ କର୍ମଚାରୀ ନିଲମ୍ବିତ । ଜଣେ SI , ଜଣେ ASI, ଜଣେ OAPF ନିଲମ୍ବିତ । ଜଣେ କନଷ୍ଟେବଳ ମଧ୍ୟ ନିଲମ୍ବିତ । ୨ ହୋମଗାର୍ଡ଼ଙ୍କୁ ଚାକିରିରୁ ଅବ୍ୟାହତି ପାଇଁ ନୋଟିସ କରାଯାଇଛି । ସୂଚନା ଅନୁସାରେ, ବାଲିଅନ୍ତା ଭିଡ଼ ହତ୍ୟାକୁ ନେଇ ରାଜ୍ୟବ୍ୟାପୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହା ଭିତରେ କ୍ରାଇମବ୍ରାଞ୍ଚ ସୌମ୍ୟ ହତ୍ୟା ମାମଲା ପୁଙ୍ଖାନୁପୁଙ୍ଖ ଯାଞ୍ଚ ପାଇଁ ସରଜମିନ୍ ତଦନ୍ତ ଆରମ୍ଭ କରିଛି ।

ପ୍ରଥମ ପର୍ଯ୍ୟାରେ ବାଲିଅନ୍ତା ଥାନାରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍ । ତଦନ୍ତ ଦାୟିତ୍ବ ନେବା ପରେ କ୍ରାଇମବ୍ରାଞ୍ଚ ଏସପିଙ୍କ ନେତୃତ୍ବରେ ବାଲିଅନ୍ତା ଥାନାରେ ଟିମ୍ ପହଞ୍ଚିଛି । ତଥ୍ୟ ଓ ସତ୍ୟ ଆଧାରରେ ତଦନ୍ତ ହେବ ବୋଲି କହିଛନ୍ତି କ୍ରାଇମବ୍ରାଞ୍ଚ ଏସ୍ପି ଅନିରୁଦ୍ଧ ରାଉତରାୟ । ତେବେ ଏବେ ସୁଦ୍ଧା ଏହି ମାମଲାରେ ୧୧ ଜଣଙ୍କୁ ଗିରଫ କରିସାରିଛି । ଭାଇରାଲ୍ ଭିଡିଓ ଫୁଟେଜ ୪୧ ଜଣଙ୍କୁ ପୁଲିସ ଚିହ୍ନଟ କରିଛି । ସେମାନଙ୍କୁ ଧରିବାକୁ ବିଭିନ୍ନ ଆଡେ ଚଢ଼ଉ କରିଛି । ଗିରଫଦାରୀ ଭୟରେ ଆଖପାଖ ୫ ଗାଁ ପୁରୁଷ ଶୂନ୍ୟ ହୋଇଯାଇଛି । ଆଜି ସୌମ୍ୟଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିପାରେ । ଯାହା ତଦନ୍ତ ପାଇଁ ସହାୟକ ହେବ।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ