Masthead

ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ମଙ୍ଗଳବାର ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଲଘୁଚାପ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ କି ନାହିଁ ତାହା ଏଯାଏ ସ୍ପଷ୍ଟ ହୋଇନାହିଁ। ତେବେ ବିଭିନ୍ନ ପାଣିପାଗ ମଡେଲ ଭିନ୍ନ ଭିନ୍ନ ତଥ୍ୟ ରଖୁଛନ୍ତି।

ଅଧିକାଂଶ ମଡେଲ ବଙ୍ଗୋପସାଗରରେ ସିଷ୍ଟମ ଅଧିକ ଘନୀଭୂତ ହେବ ନାହିଁ ବୋଲି ଆକଳନ କରୁଛନ୍ତି। ଯଦିଓ ବାତ୍ୟା ନେଇ କୌଣସି ସ୍ପଷ୍ଟ ଚିତ୍ର ନାହିଁ, ତଥାପି ଏହି ସିଷ୍ଟମ୍‌ ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଉପକୂଳରେ ପାଗ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ବିଶେଷକରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା, ବଜ୍ରପାତ ଓ ପବନ ବହିପାରେ ବୋଲି ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଏବେ ରାଜ୍ୟରେ ଦିନରେ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଅପରାହ୍ନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳୁଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହ ୧୫ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ନେଇ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।

ସୋମବାର ଅପରାହ୍ନରେ ଢ଼େଙ୍କାନାଳ, ଗଜପତି ଓ କେନ୍ଦୁଝର ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲାରେ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି ଘଡ଼ଘଡ଼ିର ସମ୍ଭାବନା ରହିଛି। ସେହିପରି ମୟୂରଭଞ୍ଜ, ଅନୁଗୋଳ, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୨ ତାରିଖରେ ମଧ୍ୟ ବିଭିନ୍ନ ଜିଲାକୁ କାଳବୈଶାଖୀ ସହ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ 🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ