Masthead

ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା

ଉଦଳା (ବଡ଼ ଖବର ବ୍ୟୁରୋ): ରାତିରେ ଗ୍ରାମରେ ପଶି ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା। ଯୁବକଙ୍କୁ ଗଛରେ ବାନ୍ଧି ଗ୍ରାମବାସୀ ଦେଲେ ଉତ୍ତମ ମଧ୍ୟମ। ଉଦଳା ଥାନା ପାଟଶାଣିପୁର ପଞ୍ଚାୟତ ବରହମପୁର ଗ୍ରାମରେ ଘଟିଛି ଏଭଳି ଘଟଣା। ବାରିପଦା ଅଞ୍ଚଳର ଦୁଇ ଜଣ ଯୁବକ ରାତିରେ ବରହମପୁର ଗ୍ରାମରେ ପଶିଥିଲେ। ଏହି ସମୟରେ ଗ୍ରାମରେ ଏକ ଆଦିବାସୀ ପରିବାରରେ କାର୍ଯ୍ୟକ୍ରମ ଚାଲିଥିଲା। ସେଠାରେ ପହଞ୍ଚି ଦୁଇ ଜଣ ଯୁବତୀଙ୍କୁ ଦୁର୍ବ୍ୟବହାର କରିବାକୁ ଉଦ୍ୟମ କରିବା ସହିତ ଯୁବତୀଙ୍କୁ ହଇରାଣ କରିଥିଲେ।

ଯାହାକୁ ନେଇ ତାତିଥିଲେ ଉପସ୍ଥିତ ଲୋକେ। ଦୁଇ ଯୁବକଙ୍କୁ କାବୁ କରିବାକୁ ଚେଷ୍ଟା କରିଥିବା ବେଳେ ଜଣେ ଫେରାର ହୋଇଯାଇଥିଲା। ଅନ୍ୟ ଜଣେ ଯୁବକଙ୍କୁ ଗ୍ରାମବାସୀ କାବୁ କରି ଦଉଡିରେ ଗଛରେ ବାନ୍ଧିଥିଲେ ଏବଂ ମାଡ଼ ମଧ୍ୟ ମାରିଥିଲେ। ଖବର ପାଇ ଦୀର୍ଘ ସମୟ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବନ୍ଧା ଯାଇଥିବା ଯୁବକଙ୍କୁ ଉଦ୍ଧାର କରିଥିଲା। ଯୁବକ ଜଣଙ୍କ ନିଜ ସ୍ତ୍ରୀ କୁ ଖୋଜି ଖୋଜି ଭୁଲରେ ଆସି ଗ୍ରାମରେ ପଶିଥିଲା ବୋଲି ପୋଲିସ କହୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି