Masthead

ରାଜ୍ୟର ବିଭିନ୍ନ ସ୍ଥାନରେ ବଢ଼ିପାରେ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୬ରୁ ୭ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ ତାପମାତ୍ରା । ଆକଳନ କରିଛି ପାଣିପାଗ ବିଭାଗ । ମଙ୍ଗଳବାର ଟିଟିଲାଗଡ଼ରେ ତାତି ସର୍ବାଧିକ ୪୦ ଡିଗ୍ରୀ ଥିଲା । ସମ୍ବଲପୁରରେ ୩୯.୯, ଝାରସୁଗୁଡ଼ାରେ ୩୯.୨ ଓ ଭବାନୀପାଟଣାରେ ୩୯ ଡିଗ୍ରୀ ଥିଲା । ବୁଧବାର ଓ ଗୁରୁବାର ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିପାରେ ।

ତେବେ ଉପକୂଳ ଓଡ଼ିଶାରେ ୩୫ରୁ ୩୮ ଡିଗ୍ରୀ ଭିତରେ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୫ ଓ ୧୬ ତାରିଖରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୪୧ ଡିଗ୍ରୀ ଛୁଇଁପାରେ । କିନ୍ତୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ତାତି ୪୦ ଡିଗ୍ରୀ ତଳେ ରହିବ ବୋଲି ଆକଳନ କରାଯାଇଛି । କାଳବୈଶାଖୀ ବର୍ଷା ପ୍ରଭାବରେ ୧୬ ତାରିଖ ଯାଏ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି