Masthead

ବଳାତ୍କାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ମାଲକାନାଗିରି (ବଡ଼ ଖବର ବ୍ୟୁରୋ): ଏକ ବଳାତ୍କାର ମାମଲାର ଶୁଣାଣି କରି ମାଲକାନଗିରି ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି । ଏହାସହ ୫୦ହଜାର ଟଙ୍କାର ଜୋରିମାନା କରିଛନ୍ତି । ୨୦୧୬ରେ ବାଲିମେଳା ଥାନା ଏମ୍ଭି ୬ ଗାଁର ଅଜୟ ସିକଦାର ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିଲା । ନାବାଳିକା ଜଣକ ଗର୍ଭବତୀ ହୋଇଥିଲେ । ପୀଡ଼ିତାଙ୍କ ପରିବାର ଲୋକେ ଏ ସମ୍ପର୍କରେ ବାଲିମେଳା ଥାନାରେ ଅଭିଯୋଗ କରିଥିଲେ । ପୋଲିସ ସିକଦାରକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ୪ବର୍ଷ ଧରି ମାମଲାର ବିଚାର କରାଯିବା ପରେ ୨୭ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ମୋହଲତ ସା ସିକଦାରକୁ ପକ୍ସୋ ଆଇନରେ ଦଣ୍ଡବିଧାନ କରିଛନ୍ତି । ସରକାରୀ ଓକିଲ ଲମ୍ବୋଦର ତୁରୁକ ମାମଲା ପରିଚାଳନା କରୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ