ଆଗକୁ ବଢ଼ିପାରେ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଗକୁ ତାତି ବଢ଼ିପାରେ । ୨ଦିନରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶୁକ୍ରବାର ଉତ୍ତର ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳରେ ଝଡ଼ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ଆଶଙ୍କା ଅଛି । ୧୬ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୧୯ ତାରିଖ ଯାଏ ଉତ୍ତର ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ ପ୍ରଭାବରେ ମୌସୁମୀ ଅଗ୍ରସର ହୋଇପାରେ । ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଓ ଆଣ୍ଡାମାନ ନିକୋବର ଦୀପକୁ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗୁରୁବାର ବଲାଙ୍ଗୀରରେ ୪୦.୩, ସମ୍ବଲପୁରରେ ୪୦.୨, ଝାରସୁଗୁଡ଼ାରେ ୩୯.୬, ନୂଆପଡ଼ା ଓ ଭବାନୀପାଟଣାରେ ୩୯.୫ ଡିଗ୍ରୀ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ