Masthead

ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ

କେନ୍ଦ୍ରାପଡ଼ା  (ବଡ଼ ଖବର ବ୍ୟୁରୋ):  ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ। ୫ ହଜାର ଲାଞ୍ଚ ନେଉଥିବା ବେଳେ ରେଡ୍ ହ୍ୟାଣ୍ଡ୍ ଧରାପଡିଲେ ପ୍ରଧାନଶିକ୍ଷକ। କେନ୍ଦ୍ରାପଡା ମହାକାଳପଡାର ଯୁଗରୂପା ବିଦ୍ୟା ଭବନର ପ୍ରଧାନଶିକ୍ଷକ ରଘୁନାଥ ଦାସଙ୍କୁ ଧରିଛି ଭିଜିଲାନ୍ସ ଟିମ୍ । ପ୍ରଧାନଶିକ୍ଷକ ଜଣକ ଦରମା କରାଇଦେବା ପାଇଁ ସ୍କୁଲ ଜଗୁଆଳିଙ୍କ ଠାରୁ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି । ତାଙ୍କ ନିକଟରେ ରଙ୍ଗବେଳା ୫୦୦୦ ହଜାର ଟଙ୍କା ଜବତ କରାଯାଇଛି। ପ୍ରଧାନଶିକ୍ଷକ ଅଫିସ ସମେତ ବିଭିନ୍ନ ସ୍ଥାନ ଭିଜିଲାନ୍ସ ଟିମ୍ ରେଡ୍ ଜାରି ରଖିଛି। ଚଢ଼ାଉ ବେଳେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ଟିମ୍ ଜବତ କରିଥିବା ସୂଚନା ମିଳିଛି।

୨୦୨୫ ଅଗଷ୍ଟ ମାସରୁ ଜଗୁଆଳିଙ୍କ ଦରମା ଟଙ୍କା ଅଟକି ରହିଥିଲା। ଦରମା ଟଙ୍କା ଉଠାଇବା ପାଇଁ ଡିଇଓ କାର୍ଯ୍ୟାଳୟର ବିଇଓଙ୍କ ନିକଟକୁ ଉପସ୍ଥାପନ ପତ୍ର ପଠାଇବାକୁ ସେ ବାରମ୍ବାର ପ୍ରଧାନଶିକ୍ଷକଙ୍କୁ ଅନୁରୋଧ କରୁଥିଲେ। କିନ୍ତୁ ପ୍ରଧାନଶିକ୍ଷକ ଏଥିପାଇଁ ୫ ହଜାର ଟଙ୍କା ମାଗୁଥିଲେ। ଏଥିରେ ଅସନ୍ତୁଷ୍ଟ ହୋଇ କର୍ମଚାରୀ ଜଣକ ଭିଜିଲାନ୍ସ ବିଭାଗକୁ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ଭିଜିଲାନ୍ସର ଏକ ଟିମ୍ ଚଢ଼ାଉ କରିଥିଲା। ସ୍କୁଲ ଜଗୁଆଳିଙ୍କ ଠାରୁ ପ୍ରଧାନଶିକ୍ଷକ ରଘୁନାଥ ଦାସଙ୍କୁ ୫ ହଜାର ଟଙ୍କା ନେଉଥିବା ସମୟରେ ଧରିଥିଲା ଭିଜିଲାନ୍ସ। ତାଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ୧୦୫ ବର୍ଷ ବୟସରେ ମିଳିଲା ବଡ ଆଶ୍ୱସ୍ତି 🔴 ରତ୍ନଭଣ୍ଡାର ଗଣିତ ପ୍ରକ୍ରିୟା, ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ 🔴 କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆଜି ବିଶ୍ୱ ଦୌଡକୁଦ ଲଢ଼େଇ 🔴 ପୁଣି ୧ନଂ ହାଟରେ ନିଆଁ 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ୧୦୫ ବର୍ଷ ବୟସରେ ମିଳିଲା ବଡ ଆଶ୍ୱସ୍ତି 🔴 ରତ୍ନଭଣ୍ଡାର ଗଣିତ ପ୍ରକ୍ରିୟା, ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ 🔴 କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆଜି ବିଶ୍ୱ ଦୌଡକୁଦ ଲଢ଼େଇ 🔴 ପୁଣି ୧ନଂ ହାଟରେ ନିଆଁ 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ