Masthead

ଆହୁରି ବଢ଼ିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆହୁରି ବଢ଼ିବ ତାତି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରକୋପ ଆସନ୍ତା ୧୫ ଦିନ ଛଟପଟ କରିବ  । ପ୍ରବଳ ଗ୍ରୀଷ୍ମ ତାପରେ ଜଳୁଛି ସାରା ଓଡ଼ିଶା। ପଶ୍ଚିମରୁ ଉପକୂଳ ସବୁଠି ଅସହ୍ୟ ତାତି ସହ କଲବଲ କରୁଛି ଗୁଳୁଗୁଳି । ସକାଳ ପ୍ରାୟ ୭ଟାରୁ ତାତି ଅସହ୍ୟ ହେବା ସହ ଘରୁ ବାହାରିବା କଷ୍ଟକର ହୋଇପଡୁଛି । ସୋମବାର କଟକ ଓ ଭୁବନେଶ୍ୱରରେ ମଧ୍ୟ ଅସମ୍ଭାଳ ପରିସ୍ଥିତି ଦେଖାଦେଇଥିଲା। ତାତି ସାଙ୍ଗକୁ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା।

ଏଭଳି ସ୍ଥିତିରେ ଆଗାମୀ ଦୁଇ ତିନିଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବଢିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଏଥିସହ ଆସନ୍ତା ୫ଦିନ ଅର୍ଥାତ୍‌ ୨୩ ତାରିଖ ପର୍ଯ୍ୟନ୍ତ ୧୪ ଜିଲା ଯଥା- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୋଳ, ବୌଦ୍ଧ, ସୁନ୍ଦରଗଡ଼, ଗଞ୍ଜାମ ଓ ଗଜପତି ଜିଲାକୁ ପ୍ରବଳ ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅପରପକ୍ଷେ ଆଗାମୀ ୬ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ମଧ୍ୟ ସୂଚନା ଦିଆଯାଇଛି। ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟର ୧୭ଟି ସହରର ଦିନ ତାପମାତ୍ରା ୪୦ ଡିଗ୍ରୀ ଏବଂ ତା’ଠାରୁ ଅଧିକ ରେକର୍ଡ ହୋଇଛି।

ଝାରସୁଗୁଡ଼ାରେ ସର୍ବାଧିକ ୪୩.୪ ଡିଗ୍ରୀ ତାପମାତ୍ରା ରହିବା ସହ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ଉଭା ହୋଇଛି। ବୌଦ୍ଧରେ ୪୨.୮, ସମ୍ବଲପୁର ଓ ଅନୁଗୋଳରେ ୪୨.୩, ହୀରାକୁଦରେ ୪୨, ବାରିପଦାରେ ୪୧.୮, ନୟାଗଡ଼ରେ ୪୧.୭, ତାଳଚେରରେ ୪୧.୬, ଟିଟିଲାଗଡ଼, ବଲାଙ୍ଗୀର ଓ ଭବାନୀପାଟଣାରେ ୪୧.୫, ସୁବର୍ଣ୍ଣପୁରରେ ୪୦.୮, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ୪୦.୫, ବରଗଡ଼ରେ ୪୦.୪, ବାଲେଶ୍ୱରରେ ୪୦.୨, ଭଦ୍ରକରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଯାଜପୁର ୩୯.୮, ଫୁଲବାଣୀ ୩୯.୭, କଟକ୩୯.୬, ରାଉରକେଲା ୩୯.୫, ପାରଳାଖେମୁଣ୍ଡି ୩୯.୪, କେନ୍ଦ୍ରାପଡ଼ା ୩୯.୨, ଭୁବନେଶ୍ୱର, ଢେଙ୍କାନାଳ, ନୂଆପଡ଼ା ଓ ଚାନ୍ଦବାଲିରେ ୩୯ ଡିଗ୍ରୀ ତାପମାତ୍ରା ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି