Masthead

ପୋଲିସ୍‌ SIସ୍କାମ୍: ୧୭ଜଣଙ୍କ ଜାମିନ ଖାରଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୋଲିସ୍‌ SI ସ୍କାମ୍: ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ ଜାମିନ ଖାରଜ । ମୁନାଙ୍କ ସମେତ ୧୭ ଜଣଙ୍କ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ। ତଦନ୍ତର ତଥ୍ୟ ଓ ଅପରାଧର ଗୁରୁତ୍ୱ ଦୃଷ୍ଟିରୁ ହାଇକୋର୍ଟରେ ଜାମିନ ଖାରଜ। ଅସ୍ତ୍ରୋପଚାର ପାଇଁ ମୁନା ମହାନ୍ତିଙ୍କ ଅନ୍ତରୀଣ ଜାମିନ ଅବଧି ବୃଦ୍ଧି ଖାରଜ। ୩ ସପ୍ତାହ ମଧ୍ୟରେ ମୁନା ମହାନ୍ତି ସରେଣ୍ଡର କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ତେବେ ଯଦିଓ ଅସୁସ୍ଥତା କାରଣରୁ ମୁନା ମହାନ୍ତି ପୂର୍ବରୁ ଅନ୍ତରୀଣ ଜାମିନ ପାଇଥିଲେ। କିନ୍ତୁ ସଦ୍ୟ ନିର୍ଦ୍ଦେଶନାମାରେ ମୁନା ମହାନ୍ତିଙ୍କ ଜାମିନ ଆବେଦନକୁ ମଧ୍ୟ ରଦ୍ଦ କରାଯାଇଛି। ଆଗାମୀ ୩ ସପ୍ତାହ ଭିତରେ ସେ ନିମ୍ନ ଅଦାଲତରେ ଆତ୍ମସମର୍ପଣ କରିବା ଲାଗି ନିର୍ଦ୍ଦେଶ ହୋଇଛି। କମ୍ବାଇନ ପୋଲିସ ସର୍ଭିସ ଏକ୍ଜାମିନେସନ ପାଇଁ ୨୦୨୪ ମସିହାରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପ୍ରଶ୍ନପତ୍ର ବିଭ୍ରାଟ ଏବଂ ପରୀକ୍ଷା ପ୍ରକ୍ରିୟାରେ ଭୟଙ୍କର କେଳେଙ୍କାରୀ ହୋଇଥିବାର ଅଭିଯୋଗ ହୋଇଥିଲା। ଏହାପରେ ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦିଆଯାଇଥିଲା। ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ମୁନା ମହାନ୍ତି ସମେତ ୧୭ ଜଣ ଅଭିଯୁକ୍ତ ଗିରଫ ହୋଇଥିଲେ।

ଏସବୁ ଭିତରେ ଅସୁସ୍ଥତାର କାରଣ ଦର୍ଶାଇ ମୁନା ମହାନ୍ତି ଅନ୍ତରୀଣ ଜାମିନ ଆବେଦନ କରିଥିଲେ, ଯାହାକୁ ମଞ୍ଜୁରୀ ମିଳିଥିଲା। ତେବେ ତାଙ୍କର ଅସ୍ତ୍ରୋପଚାର ହୋଇସାରିଛି, ଏବଂ ସମ୍ପୂର୍ଣ୍ଣ ସୁସ୍ଥ ହେବାକୁ ଆଉ କିଛି ଦିନ ସମୟ ଲାଗିବ ବୋଲି ଆବେଦନକାରୀ କୋର୍ଟରେ ଯୁକ୍ତି ରଖିଥିଲେ। ଯାହାକୁ ହାଇକୋର୍ଟ ଗ୍ରହଣ କରିବା ସହିତ ଆଗାମୀ ୩ ସପ୍ତାହ ମଧ୍ୟରେ ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତି ନିମ୍ନ ଅଦାଲତରେ ଆତ୍ମସମର୍ପଣ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ