Masthead

ଜୁନ୍ ୨ ଯାଏଁ ହିଟୱେଭ୍ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ଭୀଷଣ ଗୁଳୁଗୁଳି। ଜୁନ୍ ୨ ଯାଏଁ ହିଟୱେଭ୍ ସତର୍କତା ଜାରି କଲା ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ। ଝାରସୁଗୁଡା, ସୁନ୍ଦରଗଡ଼, ବଲାଙ୍ଗୀର, ସମ୍ବଲପୁର, କେନ୍ଦୁଝର, ବଲାଙ୍ଗୀର ପରି ଖଣିଜ ଅଞ୍ଚଳରେ ଆହୁରି ସଙ୍ଗୀନ ହେବ ସ୍ଥିତି। ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ଗ୍ରୀଷ୍ମ ପ୍ରବାହ ଦିଶେନି, ହେଲେ ଅନୁଭବ ହୁଏ। ଅଂଶୁଘାତ ଜନିତ ମୃତ୍ୟୁକୁ ନେଇ ମନ୍ତ୍ରୀ କହିଛନ୍ତି ଯେ, ପୋଷ୍ଟମର୍ଟମ ରିପୋର୍ଟକୁ ଆଧାର କରି ଅଂଶୁଘାତରେ ତିନୋଟି ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି।

ଏଥିରୁ ରକ୍ଷା ପାଇବାକୁ ଭ୍ରାମ୍ୟମାଣ ହିଟୱେଭ୍ ଶେଲଟର ନିର୍ମାଣ ପାଇଁ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ ଅସ୍ଥାୟୀ ଭ୍ରାମ୍ୟମାଣ ହିଟୱେଭ ଶେଲଟର ନିର୍ମାଣ ହେବ। ଝାରସୁଗୁଡା NH 49ରେ ଅସ୍ଥାୟୀ  ହିଟୱେଭ ଶେଲଟର ନିର୍ମାଣ ହୋଇଛି। ସ୍ଥାୟୀ ହିଟୱେଭ ଶେଲଟର ପାଇଁ ଡିଜାଇନ ପ୍ରସ୍ତୁତ ସରିଲାଣି। ଆସନ୍ତା ବର୍ଷ ଖରା ଦିନ ପୂର୍ବରୁ ସ୍ଥାୟୀ ହିଟୱେଭ ଶେଲଟର ନିର୍ମାଣ କାମ ସରିବ। ଏହି ଶେଲଟରକୁ ବହୁମୁଖୀ କରିବାକୁ ବି ଯୋଜନା ରହିଛି। ଗ୍ରୀଷ୍ମ ଦିନରେ ହିଟୱେଭ ଶେଲଟର ଓ ଅନ୍ୟ ସମୟରେ ଅଲଗା କାମରେ ବ୍ୟବହାର ହୋଇ ପାରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି