ଜୁନ୍ ୨ ଯାଏଁ ହିଟୱେଭ୍ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ଭୀଷଣ ଗୁଳୁଗୁଳି। ଜୁନ୍ ୨ ଯାଏଁ ହିଟୱେଭ୍ ସତର୍କତା ଜାରି କଲା ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ। ଝାରସୁଗୁଡା, ସୁନ୍ଦରଗଡ଼, ବଲାଙ୍ଗୀର, ସମ୍ବଲପୁର, କେନ୍ଦୁଝର, ବଲାଙ୍ଗୀର ପରି ଖଣିଜ ଅଞ୍ଚଳରେ ଆହୁରି ସଙ୍ଗୀନ ହେବ ସ୍ଥିତି। ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ଗ୍ରୀଷ୍ମ ପ୍ରବାହ ଦିଶେନି, ହେଲେ ଅନୁଭବ ହୁଏ। ଅଂଶୁଘାତ ଜନିତ ମୃତ୍ୟୁକୁ ନେଇ ମନ୍ତ୍ରୀ କହିଛନ୍ତି ଯେ, ପୋଷ୍ଟମର୍ଟମ ରିପୋର୍ଟକୁ ଆଧାର କରି ଅଂଶୁଘାତରେ ତିନୋଟି ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି।

ଏଥିରୁ ରକ୍ଷା ପାଇବାକୁ ଭ୍ରାମ୍ୟମାଣ ହିଟୱେଭ୍ ଶେଲଟର ନିର୍ମାଣ ପାଇଁ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ ଅସ୍ଥାୟୀ ଭ୍ରାମ୍ୟମାଣ ହିଟୱେଭ ଶେଲଟର ନିର୍ମାଣ ହେବ। ଝାରସୁଗୁଡା NH 49ରେ ଅସ୍ଥାୟୀ  ହିଟୱେଭ ଶେଲଟର ନିର୍ମାଣ ହୋଇଛି। ସ୍ଥାୟୀ ହିଟୱେଭ ଶେଲଟର ପାଇଁ ଡିଜାଇନ ପ୍ରସ୍ତୁତ ସରିଲାଣି। ଆସନ୍ତା ବର୍ଷ ଖରା ଦିନ ପୂର୍ବରୁ ସ୍ଥାୟୀ ହିଟୱେଭ ଶେଲଟର ନିର୍ମାଣ କାମ ସରିବ। ଏହି ଶେଲଟରକୁ ବହୁମୁଖୀ କରିବାକୁ ବି ଯୋଜନା ରହିଛି। ଗ୍ରୀଷ୍ମ ଦିନରେ ହିଟୱେଭ ଶେଲଟର ଓ ଅନ୍ୟ ସମୟରେ ଅଲଗା କାମରେ ବ୍ୟବହାର ହୋଇ ପାରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’