Masthead

ଝାରସୁଗୁଡ଼ାରେ ଏନ୍‌କାଉଣ୍ଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଘଣ୍ଟେଶ୍ବରୀ ମନ୍ଦିର ନିକଟରେ ଏନ୍‌କାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନକୁ ଏନ୍‌କାଉଣ୍ଟର କଲା ପୋଲିସ। ବ୍ରଜରାଜନଗର ଗାନ୍ଧିଛକ ବାସିନ୍ଦା ଦୁର୍ଦ୍ଦାନ୍ତ ଅପରାଧୀ ଜୟ। ଡକାୟତି ଯୋଜନା ବେଳେ ଝାରସୁଗୁଡା ପୋଲିସର ଏନ୍‌କାଉଣ୍ଟର। ଜୟ ଚୌହାନର ଡାହାଣ ଗୋଡ଼ରେ ବାଜିଛି ଗୁଳି। ଜୟ ଚୌହାନ ନାଁରେ ରହିଛି ୧୦ରୁ ଅଧିକ ସଙ୍ଗୀନ ମାମଲା। ସୂଚନା ଦେଲେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍‌। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ ଆହତ ହୋଇଛି। ତାର ଡାହାଣ ଗୋଡ଼ରେ ଗୁଳି ବାଜିଥିବା ସୂଚନା ମିଳିଛି। ଆହତ ଅପରାଧୀକୁ ଚିକିତ୍ସା ପାଇଁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଖବର ଅନୁଯାୟୀ, ବ୍ରଜରାଜନଗର ଗାନ୍ଧିଛକ ଅଞ୍ଚଳର ବାସିନ୍ଦା ଜୟ ଚୌହାନ ତାର ସହଯୋଗୀଙ୍କ ସହ ମିଶି ରେଙ୍ଗାଳି ଅଞ୍ଚଳରେ ଏକ ବଡ଼ଧରଣର ଡକାୟତି ପାଇଁ ଯୋଜନା କରୁଥିଲା। ଏ ସମ୍ପର୍କରେ ବିଶେଷ ସୂତ୍ରରୁ ଖବର ପାଇ ପୋଲିସର ଏକ ସ୍ପେଶାଲ ଟିମ୍ ସେଠାରେ ଚଢ଼ାଉ କରିଥିଲା। ପୋଲିସକୁ ଦେଖି ଅପରାଧୀମାନେ ଛତ୍ରଭଙ୍ଗ ଦେବା ସହ ପୋଲିସ ଉପରକୁ ଗୁଳି ଚଳାଇବାକୁ ଚେଷ୍ଟା କରିଥିଲେ। ଆତ୍ମରକ୍ଷା ସହ ଅପରାଧୀକୁ କାବୁ କରିବା ପାଇଁ ପୋଲିସ ପକ୍ଷରୁ ମଧ୍ୟ ଗୁଳି ଚାଳନା କରାଯାଇଥିଲା। ଏହି ଗୁଳି ବିନିମୟ ସମୟରେ ଏକ ଗୁଳି ଜୟ ଚୌହାନର ଡାହାଣ ଗୋଡ଼ରେ ବାଜିଥିଲା, ଯାହାଫଳରେ ସେ ସେଠାରେ ଟଳି ପଡ଼ିଥିଲା। ସେପଟେ ଏନକାଉଣ୍ଟର ବେଳେ ଜୟର ଅନ୍ୟ ଜଣେ ସହଯୋଗୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଆହତ ଜୟ ଚୌହାନ ଜଣେ ପେସାଦାର ଅପରାଧୀ। ତାର ନାମରେ ପୂର୍ବରୁ ବିଭିନ୍ନ ଥାନାରେ ହତ୍ୟା ଉଦ୍ୟମ, ଡକାୟତି, ଦାଦାବଟି ଏବଂ ଆର୍ମସ ଆକ୍ଟ ସମେତ ୧୦ରୁ ଅଧିକ ସଙ୍ଗୀନ ଅପରାଧିକ ମାମଲା ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର