Masthead

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ଜୁନ୍ ୧୯ ଓ ୨୦ରେ ଦୁଇ ଦିନିଆ ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ ସୂଚନା ଦେଇଛନ୍ତି। ଉଭୟ ବାମଘାଟୀ ଉପଖଣ୍ଡର କିଛି ନୂଆ ପ୍ରକଳ୍ପର ଉଦ୍ଘାଟନ୍ କରିବା ସହିତ କିଛି ନୂତନ ପ୍ରକଳ୍ପର ଶିଳାନ୍ୟାସ କରିବେ ବୋଲି ସୂଚନା ମିଳିଛି। ଓଡ଼ିଶା ଗସ୍ତ ନେଇ ରାଷ୍ଟ୍ରପତି ଭବନରୁ ଖବର ଆସିଥିବା ସାଂସଦଙ୍କ ସୂଚନା । ସେହିଭଳି ପ୍ରଧାନମନ୍ତ୍ରୀ ନରୋନ୍ଦ୍ର ମୋଦିଙ୍କ ମୟୂରଭଞ୍ଜ ରାଇରଙ୍ଗପୁର ଆସିବା ନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ଗସ୍ତର ସମ୍ପୂର୍ଣ ରୂପରେଖ ପ୍ରସ୍ତୁତ ହେଉଛି, ଖୁବଶୀଘ୍ର ଚୂଡାନ୍ତ ଗସ୍ତସୂଚୀ ଜଣାପଡିବ କହିଛନ୍ତି ମନ୍ତ୍ରୀ। ରାଜ୍ୟରେ BJP ସରକାରକୁ ଦୁଇ ବର୍ଷ ପୂର୍ତ୍ତି ହେବାକୁ ଯାଉଥିବା ବେଳେ ଏଥିରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିମନ୍ତ୍ରଣ ରକ୍ଷା କରି ପ୍ରଧାନମନ୍ତ୍ରୀ ୧୨ରୁ ୨୦ ତାରିଖ ଭିତରେ ଓଡ଼ିଶା ଆସିବା ନେଇ ଚର୍ଚ୍ଚା ହେଉଥିଲା । ଏହାରି ଭିତରେ ଆଜି ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଏମପି ନବଚରଣ ମାଝୀ ଏକ ପ୍ରକାର ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ