Masthead

ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଡି.କେ. ଶିବକୁମାର

ବେଙ୍ଗାଲୁରୁ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ରାଜନୀତିରେ ଆଜି ଏକ ବଡ଼ ଅଧ୍ୟାୟ ଆରମ୍ଭ ହେବାକୁ ଯାଉଛି । କଂଗ୍ରେସର ସଂକଟମୋଚକ କୁହାଯାଉଥିବା ବରିଷ୍ଠ ନେତା ଡି.କେ. ଶିବକୁମାର ବୁଧବାର କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ଆଜି ଅପରାହ୍ନ ୪ଟାରେ ସ୍ଥାନୀୟ ଲୋକଭବନଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ରାଜ୍ୟପାଳ ଥାଭର ଚନ୍ଦ ଗେହଲଟ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ।

କଂଗ୍ରେସ ହାଇକମାଣ୍ଡଙ୍କ ନିର୍ଦ୍ଦେଶକ୍ରମେ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେବା ପରେ ଶିବକୁମାର ମୁଖ୍ୟମନ୍ତ୍ରୀ ପଦ ମିଳିଥିଲା । ଗତ ଶନିବାର ଦିନ ତାଙ୍କୁ ଆନୁଷ୍ଠାନିକ ଭାବେ କଂଗ୍ରେସ ବିଧାୟକ ଦଳର ନେତା ନିର୍ବାଚିତ କରାଯାଇଥିଲା । ବୁଧବାର ମୁଖ୍ୟମନ୍ତ୍ରୀ ଶିବକୁମାରଙ୍କ ସହ ପ୍ରାୟ ୧୦ରୁ ୧୨ ଜଣ ବିଧାୟକ ମଧ୍ୟ ମନ୍ତ୍ରୀ ପଦର ଶପଥ ନେଇପାରନ୍ତି । ତେବେ ଏହି ମାସରେ ହେବାକୁ ଥିବା ରାଜ୍ୟସଭା ଏବଂ ବିଧାନ ପରିଷଦ ନିର୍ବାଚନ ପରେ ମନ୍ତ୍ରୀମଣ୍ଡଳର ପୂର୍ଣ୍ଣାଙ୍ଗ ସମ୍ପ୍ରସାରଣ କରାଯିବ ।

ଏହା ପୂର୍ବରୁ ଗତକାଲି ଦିଲ୍ଲୀରେ ମନ୍ତ୍ରୀମଣ୍ଡଳ ଗଠନକୁ ନେଇ କଂଗ୍ରେସ ହାଇକମାଣ୍ଡଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ସମୀକ୍ଷା ବୈଠକରେ ଡି.କେ. ଶିବକୁମାରଙ୍କ ସହ ସିଦ୍ଧାରାମୈୟା ମଧ୍ୟ ସାମିଲ ଥିଲେ । ଉଭୟ ନେତା ଦଳୀୟ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ରାହୁଲ ଗାନ୍ଧୀଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିବା ପରେ, ସଂଗଠନ ମହାସଚିବ କେ.ସି. ବେଣୁଗୋପାଳ ଏବଂ କର୍ଣ୍ଣାଟକ ପ୍ରଭାରୀ ରଣଦୀପ ସୁରଜେୱାଲାଙ୍କ ସହ ମଧ୍ୟ ପୃଥକ ଭାବେ ରଣନୀତି ପ୍ରସ୍ତୁତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି