Masthead

ଦୀଘା ଜଗନ୍ନାଥ ମନ୍ଦିରରୁ ହଟିବ ‘ଧାମ’ ଶଦ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୀଘା ଜଗନ୍ନାଥ ମନ୍ଦିରରୁ ହଟିବ ‘ଧାମ’ ଶଦ୍ଦ । ମୋହନଙ୍କ କଥାକୁ ଗ୍ରହଣ କଲେ ଶୁଭେନ୍ଦୁ । ଓଡ଼ିଶା ପ୍ରସ୍ତାବକୁ ପଶ୍ଚିମବଙ୍ଗର ସ୍ୱୀକାର । ‘ଧାମ’ ହଟି ହେବ ଦୀଘା ଶ୍ରୀଜଗନ୍ନାଥ ମନ୍ଦିର । ଦୀଘା ଜଗନ୍ନାଥ ମନ୍ଦିରରେ ଯୋଡ଼ା ହେବନାହିଁ ‘ଧାମ’ ଶଦ୍ଦ । ବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଚିଠି ଲେଖିଥିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୁରୀ ଶ୍ରୀଜଗନ୍ନାଥ ଧାମକୁ ସମ୍ମାନ ଜଣାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ପୁରୀ ରୀତିନୀତି ଅନୁଯାୟୀ ଦୀଘାରେ ନିର୍ମିତ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା ହେବ ।

ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ଥିବା ବେଳେ ଦୀଘା ଠାରେ ଏକ ଜଗନ୍ନାଥ ମନ୍ଦିର ତିଆରି କରିଥିଲେ । ସେହି ମନ୍ଦିରର ନାମ ଶ୍ରୀ ଜଗନ୍ନାଥ ଧାମ ଦୀଘା ବୋଲି ଉଲ୍ଲେଖ କରିଥିଲେ । ଯାହା କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କୁ ବ୍ୟଥିତ କରିଥିଲା । ତୁରନ୍ତ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୀଘା ଶ୍ରୀଜଗନ୍ନାଥ ମନ୍ଦିରରୁ ‘ଧାମ’ ହଟାଇବାକୁ ମମତା ବାନାର୍ଜୀଙ୍କୁ ଚିଠି କରିଥିଲେ । ହେଲେ ଦିଦି ଏହାକୁ ଶୁଣିନଥିଲେ । ଏବେ ବଙ୍ଗରେ ସରକାର ପରିବର୍ତ୍ତନ ହୋଇଛି । ସେଠିକାର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ମୋହନଙ୍କ ଚିଠିକୁ ଗୁରୁତ୍ୱ ଦେଇ ଦୀଘା ଶ୍ରୀଜଗନ୍ନାଥ ମନ୍ଦିରରୁ ଧାମ ଶଦ୍ଦ ହଟାଇବାକୁ ସ୍ୱୀକାର କରିଛନ୍ତି । ଯାହାକୁ ନେଇ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ବଢିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ