ପ୍ରବଳ ଖରା ସହ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ ତା’ଠାରୁ ଅଧିକ ରହିଥିଲା। ତେବେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରଭାବ ଏବଂ ୧୫ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ତଥ୍ୟ ଅନୁଯାୟୀ, ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ କାଳବୈଶାଖୀ ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାରେ ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଉପକୂଳ ଅଞ୍ଚଳରେ ଗୁଳୁଗୁଳି ଅବସ୍ଥା ଜାରି ରହିଛି । ଆର୍ଦ୍ରତାର ମାତ୍ରା ଅଧିକ ଥିବାରୁ ଲୋକେ ଅସ୍ତବ୍ୟସ୍ତ ହୋଇପଡ଼ୁଛନ୍ତି । ଘର ଭିତରେ ମଧ୍ୟ ଗରମର ପ୍ରଭାବ ଅନୁଭୂତ ହେଉଥିବାରୁ ଦୈନିକ ଜୀବନ ଉପରେ ବଡ଼ ପ୍ରଭାବ ପଡ଼ିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ମୌସୁମୀ ବାୟୁ ରାଜ୍ୟକୁ ପ୍ରବେଶ କରିବାକୁ ଆହୁରି ୪ ରୁ ୫ ଦିନ ସମୟ ଲାଗିପାରେ । ମୌସୁମୀ ପ୍ରବେଶ ପରେ ମାତ୍ରାତ୍ମକ ବର୍ଷା ହେବା ସହ ତାପମାତ୍ରାରେ ହ୍ରାସ ଆସିବାର ଆଶା ରହିଛି । ଏବେ ସମଗ୍ର ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳିର ପରିସ୍ଥିତି ଜାରି ରହିଥିବାରୁ ଲୋକଙ୍କୁ ସାବଧାନ ରହିବା ସହ ପର୍ଯ୍ୟାପ୍ତ ପାଣି ପିଇବା, ସିଧା ଖରାରୁ ବଞ୍ଚିବା ଏବଂ ସ୍ୱାସ୍ଥ୍ୟ ସୁରକ୍ଷା ନେବା ପାଇଁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ