ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଏବେ କାଳବୈଶାଖୀ ଜାରି ରହିଥିବାବେଳେ ଦିନବେଳା ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଭୁବନେଶ୍ୱର ସମେତ ଏକାଧିକ ସ୍ଥାନର ହିଟ୍‌ ଇଣ୍ଡେକ୍ସ ଅଧିକ ରହୁଥିବାରୁ ରେକର୍ଡ ତାପମାତ୍ରାଠାରୁ ଅଧିକ ତାତି ଅନୁଭବ ହେଉଛି। ତେବେ ଏଭଳି ସ୍ଥିତି ଆଉ ଗୋଟିଏ ଦିନ ଲାଗି ରହିବ ଓ ଏହା ପରେ ପାଗ ବଦଳିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶନିବାରଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି। ହେଲେ ୧୫ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ହେବା ନେଇ ସୂଚନା ଦିଆଯାଇଥିବାବେଳେ ଶୁକ୍ରବାର ୧୧ ଜିଲାକୁ ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଏଥିସହ ଅଧିକାଂଶ ଜିଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷକରି ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ଓ ପବନ ହେବା ନେଇ କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତ୍‌ସିଂହପୁର, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳ ଗରମ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ