Masthead

ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଏବେ କାଳବୈଶାଖୀ ଜାରି ରହିଥିବାବେଳେ ଦିନବେଳା ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଭୁବନେଶ୍ୱର ସମେତ ଏକାଧିକ ସ୍ଥାନର ହିଟ୍‌ ଇଣ୍ଡେକ୍ସ ଅଧିକ ରହୁଥିବାରୁ ରେକର୍ଡ ତାପମାତ୍ରାଠାରୁ ଅଧିକ ତାତି ଅନୁଭବ ହେଉଛି। ତେବେ ଏଭଳି ସ୍ଥିତି ଆଉ ଗୋଟିଏ ଦିନ ଲାଗି ରହିବ ଓ ଏହା ପରେ ପାଗ ବଦଳିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶନିବାରଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି। ହେଲେ ୧୫ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ହେବା ନେଇ ସୂଚନା ଦିଆଯାଇଥିବାବେଳେ ଶୁକ୍ରବାର ୧୧ ଜିଲାକୁ ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଏଥିସହ ଅଧିକାଂଶ ଜିଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷକରି ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ଓ ପବନ ହେବା ନେଇ କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତ୍‌ସିଂହପୁର, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳ ଗରମ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା