Masthead

ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଓଡ଼ିଶାରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା ଦେଇ ଗତି କରୁଛି।  ଜୁନ୍‌ ୧୮ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ରବିବାର ରାଜ୍ୟର କେତେକ ଅଞ୍ଚଳରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ। ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରବିବାର ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ଗଜପତି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହିତ ପ୍ରବଳ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକୁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ମଧ୍ୟମ ଧରଣର ଝଡ଼ ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅପରପକ୍ଷେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଗରମ ଓ ଗୁଳୁଗୁଳି ନେଇ ୟେଲୋ ଓ୍ୱାର୍ନିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା