Masthead

୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଜି ବି ଝଡ଼ବର୍ଷା ସମ୍ଭାବନା । ଝଡ଼ବର୍ଷା ନେଇ ୭ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । କୋରାପୁଟ, ରାୟଗଡ଼ା, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସହ ୫୦ରୁ ୬୦ କିମି ପର୍ୟ୍ୟନ୍ତ ଝଟ୍‌କା ପବନ ବହିପାରେ। ସେହିପରି ୨୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତା ୨୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ ।

କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୫୦ରୁ ୬୦ କିମି ବେଗରେ  ପବନ ବି ବହିପାରେ । ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର  ବର୍ଷା ହୋଇପାରେ । ମଙ୍ଗଳବାର ଉତ୍ତର ଓ ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ବର୍ଷା  ଆଶଙ୍କା ଅଛି । ୨୦ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ବର୍ଷା ହେବ ବୋଲି  ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ରବିବାର ମୌସୁମୀ ବାୟୁ ପାରାଦୀପ  ଓ ବାରିପଦାକୁ ଅଗ୍ରସର ହୋଇଛି । ବୌଦ୍ଧରେ ସର୍ବାଧିକ ୪୩.୨ ଡିଗ୍ରୀ ଥିଲା ।  ପଶ୍ଚିମ ଓଡ଼ିଶାରେ ତାତି ଜାରି ରହିଥିଲା । ଭବାନୀପାଟଣାରେ ୪୧, ହୀରାକୁଦରେ ୪୦.୫ ଡିଗ୍ରୀ ରେକର୍ଡ ହୋଇଥିଲା । ଗତ ୨୪ ଘଣ୍ଟାରେ ମୟୂରଭଞ୍ଜରେ ୭୦ମିମି,  ଜଗତସିଂହପୁର ନାଉଗାଁରେ ୬୦, ବାଲେଶ୍ୱର ରାଜଘାଟରେ ୫୦, ସୋରଡ଼ାରେ  ୫୦, ଗନ୍ଦିଆରେ ୫୦ମିମି ବର୍ଷା ରେକର୍ଡ ହୋଇଛି । ଉପକୂଳ ଓଡ଼ିଶା, ଉତ୍ତର ଓଡ଼ିଶା  ଓ ଦକ୍ଷିଣ ଓଡ଼ିଶାର ବହୁ ସ୍ଥାନରେ ତାପମାତ୍ରା ୪୦ ଡିଗ୍ର ତଳେ ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ