Masthead

କେନ୍ଦୁଝରରେ ପୋଲିସର ଏନକାଉଣ୍ଟର

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ରଜରେ କେନ୍ଦୁଝର ପୁଲିସର ଅପରାଧୀ ନିୟନ୍ତ୍ରଣ ଅଭିଯାନ । କୁଖ୍ୟାତ ଅପରାଧୀ ପ୍ରଭାତ ମଲ୍ଲିକକୁ ଏନକାଉଣ୍ଟର । ଗୁରୁତର ଅବସ୍ଥାରେ ଧରଣୀଧର ମେଡିକାଲ କଲେଜରେ ଭର୍ତ୍ତି । ପୁଲିସ ଉପରେ ଆକ୍ରମଣ କରି ଖସିଯିବାକୁ ଉଦ୍ୟମ କଲାବେଳେ ପୁଲିସ ପ୍ରଭାତକୁ ଏନକାଉଣ୍ଟର କରିଛି । ପ୍ରଭାତ ନାଁରେ ବିଭିନ୍ନ ଥାନାରେ ୪୦ ରୁ ଅଧିକ ମାମଲା ରହିଛି । କିଛି ଦିନ ପୂର୍ବରୁ ବନ୍ଧୁକ ମୁନରେ ୮ ଲକ୍ଷ ୧୮ ହଜାର ଟଙ୍କା ଡକାୟତି ଘଟଣାରେ ଏହି ଅପରାଧି ସମ୍ପୃକ୍ତ ଥିବା ଜାଣି ଟାଙ୍ଗରାଣୀରୁ ତାକୁ ଗିରଫ କରିଥିଲା ।

କିଛି ଦିନ ପୁର୍ବରୁ ବନ୍ଧୁକ ମୁନରେ ୮ ଲକ୍ଷ ୧୮ ହଜାର ଟଙ୍କା ଡକାୟତି ଘଟଣାରେ ଏହି ଅପରାଧି ସମ୍ପୃକ୍ତ ଥିବା ଜାଣି ଟାଙ୍ଗରାଣୀରୁ ପ୍ରଭାବକୁ ଗିରଫ କରିଥିଲା। ଗିରଫ ପରେ ତା ଠାରୁ ୧୨ ହଜାର ଟଙ୍କା ଜବତ କରାଯାଇଥିଲା । ବାକି ପଇସା ସଦର ଥାନା ମହୁଲଡିହା ଜଙ୍ଗଲରେ ରଖିଥିବା କହିଥିଲା। ଯେତେବେଳେ  ସଦର ଥାନାର ବାଉରୀପଦା ଜଙ୍ଗଲରେ ଘଟିଥିବା ଏକ ଲୁଟ ଘଟଣାର ତଦନ୍ତ ଏବଂ ଲୁଟ ଟଙ୍କା ଉଦ୍ଧାର ପାଇଁ  ପ୍ରଭାତ ମଲିକଙ୍କୁ ନେଇ ପୁଲିସ ଯାଇଥିଲା।

ସେହି ସମୟରେ ଗାତରୁ ଟଙ୍କା ବାହାର କରିବାକୁ ଯାଇ ଗାତରେ ରଖିଥିବା ଏକ ଦେଶୀ ବନ୍ଧୁକ​‌ରେ କାଢ଼ିଥିଲା। ସେ ପୁଲିସକୁ ଚକମା ଦେଇ ଖସି ପଳାଇବାକୁ ଉଦ୍ୟମ କରିଥିଲା । ଲୁଚାଇ ରଖିିଥିବା ବନ୍ଧୁକରେ ପୁଲିସକୁ  ଟାର୍ଗେଟ କରିବାକୁ ଚେଷ୍ଟା କରିଥିଲା । ପରିସ୍ଥିତି ନିୟନ୍ତ୍ରଣ ପାଇଁ ପୁଲିସ ଗୁଳି ଚଳାଇଥିଲା। ପୁଲିସ ଗୁଳିରେ ପ୍ରଭାତର ଡାହାଣ ଗୋଡ଼ରେ ବାଜିଥି। ତାକୁ ଗୁରୁତର ଅବସ୍ଥାରେ ତୁରନ୍ତ କେନ୍ଦୁଝର ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା