Masthead

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) : ଆଜି ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମଥର ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକାସାଙ୍ଗରେ ମୟୂରଭଞ୍ଜ ମାଟିରେ ପାଦ ଦେବେ । ରାଷ୍ଟ୍ରପତିଙ୍କ ଜନ୍ମଦିନ ଅବସରରେ ନିମନ୍ତ୍ରଣ ରକ୍ଷାକରି ପ୍ରଧାନମନ୍ତ୍ରୀ ୨୦ ତାରିଖରେ ରାଷ୍ଟ୍ରପତିଙ୍କ ଗାଆଁ ପାହାଡ଼ପୁରକୁ ଆସୁଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ଲଗି ପୂରା ପାହାଡ଼ପୁର ସଜେଇ ହୋଇଛି। ୨୦ ତାରିଖରେ ପ୍ରଧାନମନ୍ତ୍ରୀଙ୍କୁ ସାଙ୍ଗରେ ଧରି ରାଷ୍ଟ୍ରପତି ପ୍ରଥମେ ଗାଁର ଆଦିବାସୀଙ୍କ ସାମାଜିକ ତଥା ଧାର୍ମିକକେନ୍ଦ୍ର ଗୋଷାଣୀ ପୀଠକୁ ଯାଇ ପୂଜାର୍ଚ୍ଚନା କରିବେ ।

ପଶ୍ଚିମବଙ୍ଗ କଲାଇକୁଣ୍ଡା ଏୟାରବେସ୍‌ରୁ ରାଷ୍ଟ୍ରପତି  ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର ଯୋଗେ ଶୁକ୍ରବାର ଅପରାହ୍ଣ  ୨ଟା ୪୫ରେ ମୟୂରଭଞ୍ଜ ଅଭିମୁଖେ ବାହାରିବେ । ମୟୂରଭଞ୍ଜ ଜିଲ୍ଲା  ଦାଣ୍ଡବୋଷ ଏୟାରପୋର୍ଟରେ ଅପରାହ୍ଣ ୩ଟା ୧୫ରେ ପହଞ୍ଚିବେ ।  ସନ୍ଧ୍ୟାରେ ରାଇରଙ୍ଗପୁର ଉପଖଣ୍ଡ ସରକାରୀ ଚିକିତ୍ସାୟଳୟ ପରିସରରେ  ଅନୁଷ୍ଠିତ ଏମ୍‌ସ ଦ୍ୱାରା ପରିଚାଳିତ ମେଗା ସ୍ୱାସ୍ଥ୍ୟ କ୍ୟାମ୍ପକୁ ଉଦଘାଟନ  କରିବେ । ପରେ ସେଠାରୁ ସଡ଼କ ପଥରେ ରାଇରଙ୍ଗପୁରସ୍ଥିତ ନିଜ  ଘରକୁ ଯିବେ । ସେଠାରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି ।

ପରଦିନ ଅର୍ଥାତ୍‌ ଶନିବାର ସକାଳ ୧୦ଟା ୨୦ରେ ରାଷ୍ଟ୍ରପତି  ଦାଣ୍ଡବୋଷ ବିମାନବନ୍ଦରରୁ ହେଲିକପ୍ଟର (ଏମ୍‌ଆଇ-୧୭)  ଯୋଗେ ଦିଘିବେଡ଼ା ହେଲିପ୍ୟାଡ୍‌ରେ ପହଞ୍ଚିବେ । ସେଠାରୁ ସଡ଼କ  ପଥରେ ଯାଇ ପୂର୍ବାହ୍ଣ ୧୧ଟା ସୁଦ୍ଧା ପାହାଡ଼ପୁରସ୍ଥିତ ଘରକୁ ଯିବେ । ଅନ୍ୟପଟେ ପ୍ରଧାନମନ୍ତ୍ରୀ ମୋଦି ଶନିବାର ମୟୂରଭଞ୍ଜରେ ପହଞ୍ଚିବେ । ପୂର୍ବାହ୍ନ ୧୧ଟା ୧୫ରେ ରାଷ୍ଟ୍ରପତିଙ୍କୁ ଭେଟିବେ ମୋଦି । ଉଭୟ ଏକ  ଆବାସିକ ସ୍କୁଲ ଓ ସ୍କିଲ୍‌ ସେଣ୍ଟର ପରିଦର୍ଶନ କରିବେ । ଶିକ୍ଷା ଓ  କୌଶଳ ବିକାଶ କ୍ଷେତ୍ରରେ ହୋଇଥିବା ଉନ୍ନତିମୂଳକ କାର୍ଯ୍ୟର  ସମୀକ୍ଷା କରିବେ ।

ମଧ୍ୟାହ୍ନ ୧୨ଟା ୨୦ରେ ରାଷ୍ଟ୍ରପତି ଦିଘିବେଡ଼ାରୁ  ହେଲିକପ୍ଟର ଯୋଗେ ଦାଣ୍ଡବୋଷ ବିମାନବନ୍ଦର ଯିବେ । ମଧ୍ୟାହ୍ନ ୧ଟାରେ ଦାଣ୍ଡବୋଷରେ ଆୟୋଜିତ ଓଡି଼ଶା ସରକାରଙ୍କ  ୨ ବର୍ଷ ପୂର୍ତ୍ତି ନେଇ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି  ଭାବେ ଉପସ୍ଥିତ ରହିବେ ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ମୋଦି  ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ସଭାରେ  ଉପସ୍ଥିତ ରହିବେ । ‘ବିକାଶର ଧାରା, ଓଡି଼ଶା ସାରା’ ନେଇ  କ୍ଷୁଦ୍ର ସିନେମା ପ୍ରଦର୍ଶିତ ହେବ । ଏହି ସାଧାରଣ ସଭାରେ  ରାଷ୍ଟ୍ରପତି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦ୍‌ଘାଟନ କରିବେ ।  ରେଲୱେ ପ୍ରକଳ୍ପ ସହ ଭାରତ କୋଲ୍‌ ଗ୍ୟାସିଫିକେସନ ଆଣ୍ଡ୍‌  କେମିକାଲ ଲିମିଟେଡ୍‌ (ବିସିଜିସିଏଲ୍‌)ର ନୂଆ ପ୍ରକଳ୍ପର  ଶିଳାନ୍ୟାସ କରିବେ । ପରେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି  ଓଡି଼ଶାବାସୀଙ୍କୁ ସମ୍ବୋଧନ କରିବେ । ପରେ ରାଷ୍ଟ୍ରପତି ଓ  ପ୍ରଧାନମନ୍ତ୍ରୀ ଦିଲ୍ଲୀ ଫେରିଯିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା