Masthead

ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସବୁଠି ତାତି ଖସିଛି । ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବି ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ ଦେଇଛି । ରବିବାର ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସହିତ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ଭଦ୍ରକ, କେନ୍ଦୁଝର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତିରେ ଘଡଘଡି ଓ ବର୍ଷା ହୋଇପାରେ । ୫୦ରୁ ୬୦ କିମି ବେଗରେ ପବନ ବହିପାରେ ।

ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୨୨, ୨୩ ଓ ୨୪ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଶନିବାର ହୀରାକୁଦରେ ୪୧ଡିଗ୍ରୀ, ବୌଦ୍ଧରେ ୪୦.୮, ସମ୍ବଲପୁରରେ ୪୦.୬ ଓ ଝାରସୁଗୁଡ଼ାରେ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ ହୋଇଥିଲା । ଦାରିଙ୍ଗବାଡ଼ି ଓ ନୟାଗଡ଼ରେ ସବୁଠୁ କମ୍‌ ବା ୩୦ ଡିଗ୍ରୀ ରେକର୍ଡ ହୋଇଛି । ରାଜ୍ୟର ବାକି ଅଞ୍ଚଳକୁ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଘଡ଼ଘଡ଼ି ସହ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଘଡ଼ଘଡ଼ି ସହ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ