Masthead

ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମୌସୁମୀ ପ୍ରଭାବରେ ବର୍ଷା ଜାରି । ୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା ଓ ଗଜପତିକୁ ସତର୍କ ସୂଚନା । ୯ ଜିଲାରେ ବଜ୍ରପାତ ସହ ବର୍ଷା ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଡ଼ ପବନ ବହିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଅନୁସାରେ, କଳାହାଣ୍ଡି, ନୂଆପଡା, ବଲାଙ୍ଗିର, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ମଙ୍ଗଳବାର ପୂରା ରାଜ୍ୟରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ମାଲକାନଗିରି, ଜୋରାପୁଟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତ ସମୟରେ ଖୋଲା ସ୍ଥାନରେ ନ ରହିବା, ଗଛ ତଳେ ଆଶ୍ରୟ ନ ନେବା ଏବଂ ଆବଶ୍ୟକ ନଥିଲେ ଘରୁ ବାହାରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ଗଜପତି ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଶୁକ୍ରବାର ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗିରହିବ। ସେହିପରି ବର୍ଷା ପ୍ରଭାବରେ ଆଗାମୀ ୨ଦିନ ମଧ୍ୟରେ ଦିନ ତାପମାତ୍ରା ଆଉ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ଘଟିବ। ରାଜ୍ୟରେ ଝଡ଼ବର୍ଷା ଲାଗିରହିଥିବାବେଳେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମଙ୍ଗଳବାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ