Masthead

୨୦ ଜିଲ୍ଲାରେ ଝଡ଼ବର୍ଷା!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟକୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ମୌସୁମୀ ପ୍ରଭାବରେ ରାଜ୍ୟର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭଲ ବର୍ଷା ହେବ । ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଭାରି ବର୍ଷା ଆଶଙ୍କା ଥିବାରୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ଆଶଙ୍କା ଅଛି । ଦକ୍ଷିଣ ଓଡ଼ିଶାରେ ବର୍ଷା ସହିତ ପବନ ବି ବହିପାରେ ।

ଶୁକ୍ରବାର ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ହୋଇପାରେ । ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡିରେ ଭାରି ବର୍ଷା ଆଶଙ୍କା ଅଛି । ୨୭ ଓ ୨୮ ତାରିଖରେ ଦକ୍ଷିଣ ଓ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଏକାଧିକ ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ । ଜଗତସିଂହପୁର ଓ ନୂଆପଡ଼ାରେ ତାପମାତ୍ରା ସର୍ବାଧିକ ୩୯ ଡିଗ୍ରୀ ରେକର୍ଡ ହୋଇଛି । ଅନୁଗୁଳରେ ୩୮.୧, ନୟାଗଡ଼ ଓ ତାଳଚେରରେ ୩୮ ଓ ଭୁବନେଶ୍ୱରରେ ୩୭.୮ ଡିଗ୍ରୀ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ