Masthead

୭ ତାରିଖ ଯାଏ  ପ୍ରବଳ ବର୍ଷା !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୭ ତାରିଖ ଯାଏ  ପ୍ରବଳ ବର୍ଷା । ଉତ୍ତର  ଏବଂ ଦକ୍ଷିଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହୋଇପାରେ । ପାଣିପାଗ  ବିଭାଗ ଏଭଳି ଆଶା ଦେଖାଇଛି । ଉତ୍ତର ବଙ୍ଗୋପସାଗର  ଓ ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି  ହୋଇଥିଲା । ୩ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ  ହେବ । ଏହା ପ୍ରଭାବରେ ମୌସୁମୀ ସକ୍ରିୟ ହେବ । ଗୁରୁବାର ଠାରୁ ଲଗାଣ ବର୍ଷା  ଚାଲିବ । ମୟୂରଭଞ୍ଜ ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ  ବର୍ଷା ହୋଇପାରେ ।

ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡ଼ା,  ମାଲକାନଗିରି ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ । ୩ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ  ଅତିପ୍ରବଳ ବର୍ଷା ହୋଇପାରେ । ୪ ତାରିଖରେ ଉତ୍ତର ଓ  ଦକ୍ଷିଣ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ  ଭଲ ବର୍ଷା ହେବ । ୫ ତାରିଖରେ ଏହି ସବୁ ସ୍ଥାନ ସମେତ  ଉପକୂଳ  ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ୭ ତାରିଖ  ଯାଏ ବର୍ଷା ଜାରି ରହିବ ।

 

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ