Masthead

୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ ହୋଇଛି। ଫଳରେ ସାରା ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି।୨୪ ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା  । ପାଣିପାଗ ପୂର୍ବାନୁମାନ ଯାହା, ଲଘୁଚାପ ଆହୁରି ଘନୀଭୂତ ହେବ । ଏହା  ପ୍ରଭାବରେ ଆସନ୍ତା ୫/୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର  ଲଗାଣ ବର୍ଷା ସମ୍ଭାବନା ଅଛି ।  ଏହା ପରେ ବର୍ଷା ପ୍ରକୋପ  କମିବ ।  କିଛି କିଛି ସ୍ଥାନରେ ବର୍ଷା ରହିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ  ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ ଦିନ ଭିତରେ ଏହା ଆହୁରି ଘନୀଭୂତ ହେବା ସମ୍ଭାବନା ଅଛି ।

ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ଲଗାଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ବିଶେଷକରି ଶୁକ୍ରବାର ଅତି ପ୍ରବଳରୁ ଅଧିକ ବର୍ଷା ନେଇ କୋରାପୁଟ ଓ ମାଲକାନଗିରି ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ନବରଙ୍ଗପୁର ଆଦି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ