Masthead

ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗିବ ଫୁଲୁରୀ ତେଲ

ପୁରୀ (ବଡ଼ ଖବର ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପିଡୀତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ। ଅଣସର ଗୃହରେ ଦଇତାପତି ଓ ପତି ମହାପାତ୍ରଙ୍କ ଦ୍ୱାରା ଚାଲିଛି ଗୁପ୍ତସେବା । ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଆଜି ଲାଗି କରାଯିବ ଫୁଲୁରୀ ତେଲ। ମହାପ୍ରଭୁଙ୍କ ଗୁପ୍ତ ନିତୀ ମଧ୍ୟରେ ଫୁଲୁରୀ ତେଲ ଲାଗି ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବଡ଼ଓଡ଼ିଆ ମଠ ପକ୍ଷରୁ ଚତୁର୍ଦ୍ଧାବିଗ୍ରହଙ୍କ ଲାଗି ଏହି ଫୁଲୁରୀ ତେଲ ଯୋଗା ଯାଇଥାଏ। ଗତବର୍ଷ ହେରାପଞ୍ଚମୀ ଦିନ ଶୁଦ୍ଧ ରାଶି ତେଲରେ ଚେରମୂଳି ଓ ସୁବାସିତ ଫୁଲ ପକାଇ ଏକ ପାତ୍ରରେ ରଖି ତାକୁ ମାଟିତଳେ ପୋତା ଯାଇଥାଏ। ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ମାଟିତଳୁ ତେଲକୁ ବାହାର କରାଯାଇ ପଞ୍ଚମୀ ଦିନ ତେଲକୁ ଛଣାଯାଏ ଏବଂ ଅମୁଣିଆ ପ୍ରସ୍ତୁତ କରି ମହାପ୍ରଭୁଙ୍କ ପାଇଁ ପଠାଯାଏ।

ବଡ଼ଓଡ଼ିଆ ମଠର ସଦସ୍ୟ ମାନେ ପ୍ରାୟ ୬ ସେର ଫୁଲୁରୀ ତେଲ ନେଇ ଶ୍ରୀମନ୍ଦିରକୁ ଯାଇ ଦଇତାପତିଙ୍କୁ ଅର୍ପଣ କରିଥାନ୍ତି। ମଧ୍ୟାହ୍ନଧୂପ ଏବଂ ଦକ୍ଷିଣ ଘର ଭୋଗ ସଂପନ୍ନ ହେବାପରେ ଜୟବିଜୟ ଦ୍ୱାର ବନ୍ଦ ହୋଇ ଅଣସର ଦ୍ୱାର ଖୋଲାଯାଇ ପତି ମହାପାତ୍ର ୩ଟି ରୂପା ପିଙ୍ଗଣରେ ତେଲକୁ ନେଇ ସଂସ୍କାର କରିବା ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିଥାନ୍ତି। ବିଶ୍ୱାସ ରହିଛି ଏହି ଫୁଲୁରୀ ତେଲ ମହାପ୍ରଭୁଙ୍କ ଶରୀରରେ ଲେପନ କରାଗଲେ ଶରୀରର ପୀଡ଼ା କମ୍ ହୋଇଥାଏ ଓ ମହାପ୍ରଭୁ ଜ୍ୱରରୁ ସାମାନ୍ୟ ଉପଶମ ପାଇଥାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ