ନାକେଦମ୍‌ କଲାଣି ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନାକେଦମ୍‌ କଲାଣି ବର୍ଷା । ସ୍ୱାଭାବିକଠାରୁ ୨୩୪% ଅଧିକ  ବର୍ଷିଛି । ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର  ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଉପରେ ଅବପାତ  ସୃଷ୍ଟି ହୋଇଛି । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ  ଦିଗରେ ଗତି କରି  ଉତ୍ତର ଓଡ଼ିଶା ଉପକୂଳକୁ  ଅତିକ୍ରମ କରିବ । ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି।

ବହୁ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବାବେଳେ କେତେକ ସ୍ଥାନରେ ଜୀବନ ହାନିର ସୂଚନା ମିଳିଛି। ବିଶେଷକରି ପ୍ରବଳ ବର୍ଷା ଯୋଗୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ସ୍ଥିତି ବିଗିଡିବାରେ ଲାଗିଛି। ପ୍ରବଳ ବର୍ଷା ଆଶଙ୍କାକୁ ନେଇ କଟକ ଜିଲ୍ଲା ପ୍ରଶାସନର ବଡ଼ ପଦକ୍ଷେପ ।ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କ ସୂଚନାକୁ ଦୃଷ୍ଟିରେ ରଖି କଟକ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନକୁ ଦିନକ ପାଇଁ ଛୁଟି ଘୋଷଣା କରାଯାଇଛି । ସ୍କୁଲ ସହିତ ସମସ୍ତ କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ଏନେଇ କଟକ ଜିଲ୍ଲାପାଳ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରିଛନ୍ତି ।

ସେପଟେ ପାଣିପାଗ ବିଭାଗ ପକ୍ଷରୁ ଆଜି ସକାଳ ସାଢ଼େ ୮ଟା ଯାଏଁ ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ଅନୁଗୋଳ, ବୌଦ୍ଧ, ସୋନପୁର ଏବଂ କନ୍ଧମାଳ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ରାଜ୍ୟରେ ସ୍ୱାଭାବିକ ଠାରୁ ୪ ପ୍ରତିଶତ ଅଧିକ ବର୍ଷା ହୋଇଛି । ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୧ ଜିଲ୍ଲାରେ ସ୍ୱାଭାବିକ ରହିଛି ବର୍ଷାର ସ୍ଥିତି । ୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍କୁଲ ଛାତ ଭୁଶୁଡ଼ି ୧୮ ମୃତ 🔴 ଆଜି ୬ ହଜାର ୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 🔴 ପୁଣି ବର୍ଷା ସମ୍ଭାବନା 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ସ୍କୁଲ ଛାତ ଭୁଶୁଡ଼ି ୧୮ ମୃତ 🔴 ଆଜି ୬ ହଜାର ୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 🔴 ପୁଣି ବର୍ଷା ସମ୍ଭାବନା 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ