୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଉପକୂଳରେ ବର୍ଷା କମିଥିବା ବେଳେ ପଶ୍ଚିମରେ ପ୍ରବଳ ବର୍ଷା ହେଉଛି। ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି । ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଧିରେ ଧିରେ ବର୍ଷାର ପରିମାଣ କମିବ। ଆସନ୍ତାକାଲି ସକାଳ ୮ଟା ୩୦ ପର୍ୟ୍ୟନ୍ତ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ଯୋଗୁ ଜୁନ ମାସର ୪୭% ନିଅଣ୍ଟିଆ ଭରଣ ସହ, ୧ ଜୁନରୁ ୬ ଜୁଲାଇ ସୁଦ୍ଧା ରାଜ୍ୟରେ ୩୨୩.୪ମିମି ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୨୬୫.୮ମିମି ତୁଳନାରେ ୨୨% ଅଧିକ ବର୍ଷା ରେକର୍ଡ ହୋଇଛି ।

୧୨ ତାରିଖରେ ଉତ୍ତର ଓଡ଼ିଶା  ଉପରେ ଘୂର୍ଣ୍ଣିବଳୟ ହେବ । ଏହା ପ୍ରଭାବରେ ପୁଣି  ବର୍ଷା ବଢ଼ିବା ସମ୍ଭାବନା ଅଛି । ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବିଶେଷ କରି ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୮ଟି ଜିଲ୍ଲାରେ ବିଭିନ୍ନ ସ୍ଥାନମାନଙ୍କରେ ୧୨ ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ପରାମର୍ଶ ଦିଆଯାଇଛି ।

ଏସବୁ ଜିଲ୍ଲା ହେଉଛନ୍ତି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର , ଦେବଗଡ଼, ସୋନପୁର, ବଲାଙ୍ଗୀର ଏବଂ ନୂଆପଡ଼ା । ଏହା ବ୍ୟତୀତ ରାଜ୍ୟର ଅନ୍ୟ ୭ଟି ଜିଲ୍ଲାରେ ସ୍ଥାନେ ସ୍ଥାନେ ୭ ରୁ ୧୧ ସେଣ୍ଟିମିଟରଏହା ବ୍ୟତୀତ ରାଜ୍ୟର ଅନ୍ୟ ୭ଟି ଜିଲ୍ଲାରେ ସ୍ଥାନେ ସ୍ଥାନେ ୭ ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ‘ୟେଲୋ ଆଲର୍ଟ’ ଜାରି କରାଯାଇ ସଚେତନ ରହିବାକୁ କୁହାଯାଇଛି । ବାକି ଜିଲ୍ଲା ପାଇଁ କୌଣସି ସତର୍କତା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ୬ ହଜାର ୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 🔴 ପୁଣି ବର୍ଷା ସମ୍ଭାବନା 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ଆଜି ୬ ହଜାର ୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 🔴 ପୁଣି ବର୍ଷା ସମ୍ଭାବନା 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର