ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ ହେବା ପରେ ପାଗ ବଦଳିବା ସହିତ ବର୍ଷା ପରିମାଣ ମଧ୍ୟ ହ୍ରାସ ପାଇଛି। ତେବେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି।

ବୁଧବାରଠାରୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସମେତ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବୁଧବାର କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ଝଡ଼ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ପାଗରେ ପରିବର୍ତ୍ତନ ହେବା ସହିତ ତାପମାତ୍ରାରେ ମଧ୍ୟ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ