ଚାଷ ଜମିରେ ଫସିଗଲା ଜନ୍ତା ଭାଲୁ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବନାଞ୍ଚଳ ଅନ୍ତର୍ଗତ କିନେରକେଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ଏକ ଚାଷ ଜମିରେ ଦିଆଯାଇଥିବା ତାର ବାଡ଼ରେ ଏକ ଜନ୍ତା ଭାଲୁ ଫସି ରହିଛି। ଶନିବାର ସକାଳୁ ସ୍ଥାନୀୟ ଲୋକେ ଭାଲୁଟିକୁ ବିଲ ମଝିରେ ଥିବା ତାର ବାଡ଼ରେ ଛଟପଟ ହେଉଥିବା ଦେଖିବାକୁ ପାଇଥିଲେ। ଏହା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଖବର ପାଇ କେସିଙ୍ଗା ବନ ବିଭାଗର ଏକ ସ୍ୱତନ୍ତ୍ର ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛି।

ଭାଲୁଟି ଉତ୍ୟକ୍ତ ଥିବାରୁ ଏବଂ ଜନବସତି ନିକଟରେ ଥିବାରୁ ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଲୋକଙ୍କୁ ଘଟଣାସ୍ଥଳଠାରୁ ଦୂରେଇ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପଟେ ଭାଲୁଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ବନ ବିଭାଗ ପକ୍ଷରୁ ‘ଟ୍ରାଙ୍କୁଲାଇଜ୍’ ପ୍ରକ୍ରିୟା ଆରମ୍ଭ କରାଯାଉଛି। ଏଥିପାଇଁ ବିଶେଷଜ୍ଞ ଦଳଙ୍କୁ ଡକାଯାଇଛି। ଭାଲୁଟିକୁ ଅଚେତ କରିବା ପରେ ତାର ବାଡ଼ରୁ ମୁକ୍ତ କରାଯାଇ ତାର ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ ଏବଂ ପରେ ତାକୁ ସୁରକ୍ଷିତ ଜଙ୍ଗଲରେ ଛଡ଼ାଯିବ ବୋଲି ବନ ବିଭାଗ ସୂଚନା ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ