୧୩ରୁ ବଢ଼ିବ ବର୍ଷା ପ୍ରକୋପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ବର୍ଷା ପରିମାଣ ବଢ଼ିବା ନେଇ  ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।  ରବିବାର ରାଜ୍ୟର  ଅଳ୍ପ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର  ବର୍ଷା ହୋଇପାରେ । କେନ୍ଦୁଝର  ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ  ଦୁଇଟି ସ୍ଥାନରେ ପ୍ରବଳ ବର୍ଷା  ସମ୍ଭାବନା ଅଛି । ବାଲେଶ୍ୱର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,  ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ,  ଗଜପତି, ଗଞ୍ଜାମ, ପୁରୀ,  ଖୋର୍ଦ୍ଧା ଓ ନୟାଗଡ଼ରେ ବଜ୍ରପାତ  ସହ ୩୦ରୁ ୪୦ କିମି ବେଗରେ  ପବନ ହୋଇପାରେ ।

ଆସନ୍ତା  ୧୩ରୁ ରାଜ୍ୟରେ ବର୍ଷା ପ୍ରକୋପ  ବଢ଼ିବ । ଅନେକ ସ୍ଥାନରେ  ହାଲୁକାରୁ ମଧ୍ୟମ ଧରଣର ବର୍ଷା  ସମ୍ଭାବନା ଅଛି । ଉତ୍ତର ପଶ୍ଚିମ  ଓଡ଼ିଶାରେ ବର୍ଷା ପରିମାଣ ଅଧିକ  ରହିବ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼,  ଝାରସୁଗୁଡ଼ ।, ବରଗଡ଼,  ସମ୍ବଲପୁର, କେନ୍ଦୁଝର,  ମୟୂରଭଞ୍ଜ, କଳାହାଣ୍ଡି,  କନ୍ଧମାଳ ଓ ରାୟଗଡ଼ାର ସ୍ଥାନେ  ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା  ନେଇ ସତର୍କ କରାଯାଇଛି ।  ୧୩ରୁ ୧୫ ଯାଏ ବର୍ଷା ପ୍ରକୋପ ଅଧିକ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ